www.samajalive.in
Wednesday, December 10, 2025
16.1 C
Bhubaneswar

ଆସୁଛି ପୁଣି ଏକ ଲଘୁଚାପ, ୨୪ରୁ ବର୍ଷା : ବଢିବ ଶୀତ ପ୍ରକୋପ

ଭୁବନେଶ୍ବର : ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ଗତ ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଉ ଏକ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ତାରିଖରୁ ପୁଣି ବର୍ଷା ହୋଇପାରେ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ଶ୍ରୀ ଦାସ ଉଲ୍ଲେଖ କରିଛନ୍ତି, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ସୃଷ୍ଟି ହେଉଛି। ଏହା ଆସନ୍ତା ୨୪ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର ଉତ୍ତର ତାମିଲନାଡୁ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ଆଡକୁ ନିକଟତର ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶା ଉପରେ ଏକ ପୂର୍ବାଳୀ ନିମ୍ନଚାପ ରେଖା ସୃଷ୍ଟି ହୋଇପାରେ। ଏଥିଯୋଗୁଁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟ ବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ। ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାରେ ଆକାଶ ମେଘୁଆ ସହ ବର୍ଷା ସମ୍ଭାବନା ରହିଛି। କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ୨୫ରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ଅନ୍ୟାନ୍ୟ ଜିଲାଗୁଡ଼ିକରେ ପାଗ ଶୁଖିଲା ରହିବ । ଗତ ୨୪ଘଣ୍ଟାରେ ପଶ୍ଚିମ ଓଡ଼ିଶାକୁ ଛାଡି ଦେଲେ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ରବିବାର ସକାଳୁ ପାଗ ମେଘୁଆ ଥିବାବେଳେ ମଧ୍ୟାହ୍ନରେ ପାଗ ବଦଳିଛି। ଭବାନୀପାଟଣା ଏବଂ ରାଉରକେଲାରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି।
ଆଜି ସକାଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି ଏବଂ ଅନୁଗୋଳ ଜିଲାକୁ ଘନ କୁହୁଡ଼ି ଦୃଶ୍ୟମାନ ସମ୍ଭାବନା ଥିବାରୁ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ନୟାଗଡ଼ରେ ରାତି ତାପମାତ୍ରା ସବୁଠୁ କମ ୧୧.୫ଡିଗ୍ରୀ ଲେଖାଏଁ ରେକର୍ଡ ହୋଇଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ରାତି ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories