www.samajalive.in
Monday, December 15, 2025
16.1 C
Bhubaneswar

ଓଡ଼ିଶା ରାଜ୍ୟ ଶ୍ରମିକ ସମବାୟ ସମିତିର ଜିଲାସ୍ତରୀୟ ସମ୍ମିଳନୀ

ଫୁଲବାଣୀ: ଓଡ଼ିଶା ରାଜ୍ୟ ଶ୍ରମିକ ସମବାୟ ସମିତି ଲିର ଜିଲାସ୍ତରୀୟ ସମ୍ମିଳନୀ ରବିବାର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମିତିର ରାଜ୍ୟ ସଂପାଦକ ଶ୍ୟାମଲାଲ ପ୍ରଧାନ, ସଭାପତି ସୁନିତା ବାଗ୍‌‌, ସହ ସଂପାଦକ ସ୍ୱରୁପ ରାଉତ, ସମରେନ୍ଦ୍ର ସାମନ୍ତ ରାଏ, ଆଶିଷ କୁମାର ରାଉତରାଏ, ଶାନ୍ତନୁ ବେହେରା, ତୃପ୍ତିବାଳା ସାହୁ, ଋଷୁକେଶ ମିଶ୍ର, ଶ୍ରମିକନେତା ଘନ କୁମାର ଶବର, ଖଜୁରିପଡ଼ା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ଅନିମା କହଁର, ଟିକାବାଲି ସାଂସଦ ପ୍ରତିନିଧି ଅଜୟନ୍ତି ପ୍ରଧାନ ପ୍ରମୁଖ ଯୋଗଦେଇ ଉଦବୋଧନ ଦେଇଥିଲେ। ଏହି ଅବସରରେ ଅନେକ ଶ୍ରମିକଙ୍କୁ ବିଭିନ୍ନ କାର୍ଯ୍ୟପାଇଁ ସମ୍ବର୍ଦ୍ଧିତ ଓ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଶ୍ରମିକ ନେତା କାହ୍ନୁ ଦିଗାଲ ପରିଚାଳନା କରିଥିବା ବେଳେ ପିଣ୍ଟୁ ମଲିକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ୪୦ ୟନୁଟି ରକ୍ତ ସଂଗ୍ରହ କରାଯାଇଥିଲା। କାର୍ଯ୍ୟକ୍ରମରେ ସମଗ୍ର ଜିଲାରେ ବହୁ ଶ୍ରମିକ ସଂଗଠନ, ଶ୍ରମିକ ନେତା ଓ ଅନ୍ୟମାନେ ଯୋଗ ଦେଇଥିଲେ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories