www.samajalive.in
Sunday, December 14, 2025
26.1 C
Bhubaneswar

ପାର୍ସଲ ବୋମା ମାମଲା: ସାକ୍ଷୀ ଦେବେ ଅରୁଣ ବୋଥ୍ରା !

ବଲାଙ୍ଗୀର : ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ମାମଲା।  ଆଜି ପାଟଣାଗଡ ଏଡିଜେ କୋର୍ଟରେ ସାକ୍ଷ୍ୟ ଗ୍ରହଣ ରହିଛି। ତେବେ ଏହି ମାମଲାରେ ସାକ୍ଷୀ ଦେଇପାରନ୍ତି ତତ୍କାଳୀନ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା। ସେ ଘଟଣାର ସମସ୍ତ ଭିଡିଓ ଡିସପ୍ଲେ କରିପାରନ୍ତି । ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ମଧ୍ୟ କୋର୍ଟରେ ହାଜର କରାଯାଇଛି। ୨୦୧୮ ଫେବୃଆରୀ ୨୩ ତାରିଖରେ ଅଧ୍ୟାପକ ରବିନ୍ଦ୍ର ସାହୁ ଏବଂ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ପୁଅ ସୌମ୍ୟଶେଖରଙ୍କ ବିବାହର ୫ ଦିନ ପରେ ଘରକୁ ଏକ ପାର୍ସଲ ବୋମା ଆସିଥିଲା। ଏହି ଗିଫ୍ଟ ପାର୍ସଲକୁ ଖୋଲିବା ପରେ ଏହା ବିସ୍ଫୋରଣ ଘଟି ସୌମ୍ୟଶେଖର ଏବଂ ତାଙ୍କ ଜେଜେମାଙ୍କର ମୃତ୍ୟୁ ହୋଇଥିବାବେଳେ ନବବଧୂ ରୀମା ଗୁରୁତର ଭା​‌ବେ ଆହତ ହୋଇଥିଲେ। ଏହି ଘଟଣାରେ ପୁଲିସ ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଗିରଫ କରିଥିଲା।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories