www.samajalive.in
Monday, December 8, 2025
24.1 C
Bhubaneswar

ବିବାହ ବନ୍ଧନରେ ଆବଦ୍ଧ ହେଲେ ପିଭି ସିନ୍ଧୁ, ସାମ୍ନାକୁ ଆସିଲା ପ୍ରଥମ ଫଟୋ

ଉଦୟପୁର: ଭାରତର ତାରକା ବ୍ୟାଡ଼ମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରବିବାର ଉଦୟପୁରରେ ସେ ଭେଙ୍କଟ ଦତ୍ତା ସାଇଙ୍କୁ ବିବାହ କରିଛନ୍ତି। ପାରମ୍ପରିକ ବିବାହ ପୋଷାକରେ ଉଭୟ ବହୁତ ସୁନ୍ଦର ଦେଖାଯାଉଥିଲେ। ପରିବାର ଓ ଘନିଷ୍ଠ ଲୋକଙ୍କ ଉପସ୍ଥିତିରେ ସାତ ଜନ୍ମ ପାଇଁ ଏଠାକି ହୋଇଛନ୍ତି ଏହି ଦମ୍ପତି।


କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ବତ ସିନ୍ଧୁଙ୍କ ବାହାଘର ସମୟର ଏକ ଫଟୋ ‘ଏକ୍ସ’ରେ ଶେୟାର କରିଛନ୍ତି। ଏଥିସହ ସେ ଲେଖିଛନ୍ତି, ‘‘ରବିବାର ସନ୍ଧ୍ୟାରେ ଉଦୟପୁରରେ ଭେଙ୍କଟ ଦତ୍ତା ସାଇଙ୍କ ସହ ଆମର ବ୍ୟାଡମିଣ୍ଟନ ଚମ୍ପିଆନ ଅଲିମ୍ପିଆନ ପିଭି ସିନ୍ଧୁଙ୍କ ବିବାହ ଉତ୍ସବରେ ଯୋଗ ଦେଇ ଅତ୍ୟନ୍ତ ଖୁସି ଲାଗିଲା। ମୁଁ ଏହି ଦମ୍ପତିଙ୍କୁ ସେମାନଙ୍କର ନୂତନ ଜୀବନ ପାଇଁ ଶୁଭେଚ୍ଛା ଏବଂ ଆଶୀର୍ବାଦ ଦେଲି।’’

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories