www.samajalive.in
Sunday, December 14, 2025
26.1 C
Bhubaneswar

୫ଟି ରାଜ୍ୟର ରାଜ୍ୟପାଳ ନିଯୁକ୍ତ କଲେ ରାଷ୍ଟ୍ରପତି

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୫ଟି ରାଜ୍ୟର ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏଥିରେ ୩ଟି ରାଜ୍ୟର ରାଜ୍ୟପାଳ ଅଦଳବଦଳ ହୋଇଥିବା ବେଳେ ୨ଟି ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି।

ରାଷ୍ଟ୍ରପତି ଭବନରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମିଜୋରାମ ରାଜ୍ୟପାଳ ଡଃ ହରି ବାବୁ କାମ୍ଭମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିବା ବେଳେ ଅବସରପ୍ରାପ୍ତ ଜେନେରାଲ (ଡଃ) ବିଜୟ କୁମାର ସିଂହଙ୍କୁ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ସେହିପରି ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ ଓ କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ମଣିପୁରର ରାଜ୍ୟପାଳ ଭାବେ ଅଜୟ କୁମାର ଭଲ୍ଲାଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି। ଏହି ନିଯୁକ୍ତି ସେମାନେ ନିଜ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ କାର୍ଯ୍ୟକାରୀ ହେବ।

- Advertisement -

ସୂଚନାଯୋଗ୍ୟ, ଓଡ଼ିଶାର ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି। ନିର୍ବାଚନ ପୂର୍ବରୁ ବିଜେଡି ସରକାର ସମୟରେ ଶ୍ରୀ ଦାସ ବିଜେପିର ପ୍ରତିନିଧି ଭାବେ କାର୍ଯ୍ୟ କରୁଥିବା ନେଇ ଅଭିଯୋଗ ହୋଇଥିଲା। ଅନ୍ୟପକ୍ଷରେ ରଥଯାତ୍ରା ସମୟରେ ଶ୍ରୀ ଦାସଙ୍କ ପୁଅ ପୁରୀ ଅତିଥି ଭବନରେ ରାଜ୍ୟ ସରକାରଙ୍କ ଜଣେ କର୍ମଚାରୀଙ୍କୁ ମାଡ ମାରି ଲହୁଲୁହାଣ କରିଥିଲେ ମଧ୍ୟ ରାଜ୍ୟପାଳ ଭାବରେ ନିଜ କ୍ଷମତାର ଦୁରୁପଯୋଗ କରି ନିଜ ପୁଅକୁ ସୁରକ୍ଷା ଦେଇଥିବା ଅଭିଯୋଗ ହୋଇଥିଲା।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories