www.samajalive.in
Saturday, December 13, 2025
26.1 C
Bhubaneswar

ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ଉତ୍ସବ

କେନ୍ଦୁଝରଗଡ଼: କେନ୍ଦୁଝର ସହର ଉପକଣ୍ଠ ରାଙ୍କିସ୍ଥିତ ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୁଶାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ଲୋକସଭା ସଦସ୍ୟ ଅନନ୍ତ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ସମୟର ସଦୁପଯୋଗ କରି ଶିକ୍ଷାଗ୍ରହଣ କରି ଛାତ୍ରଛାତ୍ରୀ ନିଜକୁ ଦେଶମାତୃକାର ସେବାରେ ଉତ୍ସର୍ଗୀକୃତ କରିବାକୁ ଆହ୍ୱାନ ଦେଇଥିଲେ। ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ଅନୀଲ ଦାସ ଓ ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ କେନ୍ଦୁଝରର ପ୍ରଧାନଶିକ୍ଷକ ହରମନ ଛୁରା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶୃଙ୍ଖଳିତ ଶିକ୍ଷାଗ୍ରହଣ ଉପରେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ପ୍ରାରମ୍ଭରେ ଅଧ୍ୟକ୍ଷ ଶ୍ରୀ ସାହୁ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତୀତ୍ୱ ହାସଲ କରିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିଗଣ ପୁରସ୍କୃତ କରିଥିଲେ। ଏଥିସହ ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନଙ୍କୁ ମଧ୍ୟ ଉପଢୌକନ ଦେଇ ସମ୍ବର୍ଦ୍ଧିିତ କରାଯାଇଥିଲା। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଚିତ୍ତାକର୍ଷକ ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories