www.samajalive.in
Saturday, December 6, 2025
23.1 C
Bhubaneswar

ଆଜିଠୁ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ହେବନି ରତ୍ନଭଣ୍ଡାର ମରାମତି କାମ

ପୁରୀ : ଇଂରାଜୀ ନବବର୍ଷ ଏବଂ ଛୁଟି ଦିନ ଯୋଗୁଁ ଆଗାମୀ କିଛି ଦିନ ଧରି ଶ୍ରୀମନ୍ଦିରରେ ବହୁ ଶ୍ରଦ୍ଧାଳୁଙ୍କ ଆଗମନ ଯୋଗୁଁ ଭିଡ଼ ଜମିବା ସମ୍ଭାବନା ରହିଛି। ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ତଥା ଶ୍ରଦ୍ଧାଳୁଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯିବା ଉଦ୍ଦେଶ୍ୟରେ ଆଜିଠାରୁ ଆସନ୍ତା ଜାନୁଆରୀ ୨ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି। ୩ରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ଗତ ୧୭ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସ୍‌ଆଇ ତତ୍ତ୍ବାବଧାନରେ କୁଶଳୀ କାରିଗରଙ୍କ ଦ୍ବାରା ଆରମ୍ଭ ହୋଇଛି। ନୂଆବର୍ଷରୁ ଶ୍ରୀମନ୍ଦିରରେ ଲାଗୁ ହେବାକୁ ଯାଉଛି ନୂଆ ଦର୍ଶନ ବ୍ୟବସ୍ଥା। ବାହାରକାଠ ଦର୍ଶନ ଶୃଙ୍ଖଳା ପାଇଁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories