www.samajalive.in
Tuesday, December 9, 2025
15.1 C
Bhubaneswar

ଜନ୍ମ ବାର୍ଷିକୀରେ ଅଟଳଙ୍କୁ ଶ୍ରଦ୍ଧାଞ୍ଜଳୀ: ଦେଶ ପାଳୁଛି ସୁଶାସନ ଦିବସ

ନୂଆଦିଲ୍ଲୀ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ୧୦୦ ତମ ଜନ୍ମବାର୍ଷିକୀ। ଏହି ଅବସରରେ ସବୁଠି ସ୍ଵତନ୍ତ୍ର ଆୟୋଜନ କରାଯାଇଛି। ଆଜି ସୈଦେବ ଅଟଳ ସ୍ମାରକୀରେ ଦୂରଦୃଷ୍ଟି ଓ ସଂକଳ୍ପର ରାଷ୍ଟ୍ରନେତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ପ୍ରମୁଖ ବ୍ୟକ୍ତି ବିଶେଷ ମାନେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଆଜିର ଦିନକୁ ସୁଶାସନ ଦିବସ ଭାବରେ ପାଳନ କରାଯାଉଛି।  ୧୯୨୪ ମସିହା ଡିସେମ୍ବର ମାସ ୨୫ ତାରିଖ ଅର୍ଥାତ୍ ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ପ୍ରବାଦ ପୁରୁଷ। କୃଷ୍ଣ ବିହାରୀ ବାଜପେୟୀ ତାଙ୍କ ପିତାଙ୍କ ନାମ ଥିବାବେଳେ ମାଆ ଥିଲେ କୃଷ୍ଣ ଦେବୀ। ଗ୍ବାଲିୟରରେ ଆରମ୍ଭ ହୋଇଥିଲା ବାଜପେୟୀଙ୍କର ପ୍ରାରମ୍ଭିକ ଶିକ୍ଷା। ଭିକ୍ଟୋରିଆ କଲେଜରୁ ସ୍ନାତକ ଏବଂ କାନପୁର ଡିଏଭି କଲେଜରେ ସେ ରାଜନୀତି ବିଜ୍ଞାନରେ ଏମଏ କରିଥିଲେ। ୧୯୯୬ ମସିହା ମେ ୧୬ ତାରିଖରେ ସେ ଦେଶର ଦଶମ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। କିନ୍ତୁ ତାଙ୍କୁ ଇସ୍ତଫା ଦେବାକୁ ପଡିଥିଲା। ପୁର୍ନବାର ୧୯୯୮ ମାର୍ଚ୍ଚ ୧୯ ତାରିଖରେ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେଇଥିଲେ ଅଟଳ ବିହାରୀ ବାଜପେୟୀ। ୧୯୯୨ ମସିହାରେ ତାଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ପରେ ୧୯୯୪ରେ ଲୋକମାନ୍ୟ ତିଲକ, ଶ୍ରେଷ୍ଠ ସାଂସଦ ପୁରସ୍କାର ପ୍ରଦାନ କରାଯାଇଥିଲା। ୨୦୦୦ ମସିହାରେ ଧିରେ ଧିରେ ତାଙ୍କ ସ୍ଵାସ୍ଥ୍ୟବସ୍ଥା ଖରାପ ହେବାରେ ଲାଗିଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ହେବା ପରେ ୨୦୧୮ ମସିହା ଅଗଷ୍ଟ ୧୬ ତାରିଖରେ ତାଙ୍କର ଦେହାନ୍ତ ଘଟିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories