www.samajalive.in
Thursday, December 11, 2025
26.1 C
Bhubaneswar

ଆସନ୍ତାକାଲି ଯାଏଁ ଜାରି ରହିବ: ଟାଙ୍ଗୀରେ ସର୍ବାଧିକ ବର୍ଷା ​‌ରେକର୍ଡ

ଭୁବନେଶ୍ଵର: ରାଜ୍ୟରେ ଗତ କିଛି ଦିନ ହେବ ଲଘୁଚାପଜନିତ ବର୍ଷା ଜାରି ରହିଛି। ରାଜ୍ୟରେ ଆହୁରି ୨୪ ଘଣ୍ଟା ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୨୪ ଘଣ୍ଟାରେ ଖୋର୍ଦ୍ଧା ଟାଙ୍ଗୀରେ ସର୍ବାଧିକ ୭୪ ମିମି ବର୍ଷା ରେକର୍ଡ ହୋଇଛି। କଳାହାଣ୍ଡି କୋକସରାରେ ୬୫ ମିମି, ନବରଙ୍ଗପୁର ଡାବୁଗାଁରେ ୬୨ ମିମି, କୋଷାଗୁମୁଡାରେ ୫୮.୬ ମିମି, ଜୁନାଗଡରେ ୫୩ ମିମି ବର୍ଷା ରେକର୍ଡ ହୋଇଛି। ଆସନ୍ତାକାଲି ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ନବରଙ୍ଗପୁର, କଳାହାଣ୍ଡି, ଗଜପତି , ଖୋର୍ଦ୍ଧା, କଟକ , କେନ୍ଦ୍ରାପଡା ଆଦି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆଜି ବର୍ଷା ସାଙ୍ଗକୁ କୋହଲା ପାଗ ଯୋଗୁଁ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ୨୬ ତାରିଖ ପରଠାରୁ ବର୍ଷାର ପରିମାଣ କମିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

Related Articles

Popular Categories