www.samajalive.in
Sunday, December 14, 2025
23.1 C
Bhubaneswar

ବାଜପେୟୀଙ୍କ ଶତକ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ, ପାଠ୍ୟପୁସ୍ତକ ବଣ୍ଟନ

ଭୁବନେଶ୍ୱର: କବି, ଲେଖକ,ସମାଜସେବୀ, ତଥା ବରିଷ୍ଠ ପୂର୍ବତନ ଅଧିକାରୀ ସ୍ବର୍ଗତ ସୁବାସ ଚନ୍ଦ୍ର ତ୍ରିପାଠୀଙ୍କ ପଞ୍ଚମ ଶ୍ରାଦ୍ଧ ବାର୍ଷିକ ଓ ଶ୍ରଦ୍ଧାଞ୍ଜଳି ସଭା ସ୍ଥାନୀୟ ପୋଖରୀପୁଟ ସ୍ଥିତ କଳିଙ୍ଗ ପ୍ଲେ ଗୁରୁକୁଳ ଠାରେ ଉତ୍କଳ ବୁଲେଟିନ ଚାରି ଟେବଲ ଟ୍ରଷ୍ଟ ସାମାଜିକ ଅନୁଷ୍ଠାନ ପକ୍ଷରୁ ସମ୍ପାଦକ ଅରବିନ୍ଦ ତ୍ରିପାଠୀଙ୍କ ପୌରହିତ୍ୟ ରେ ଅନୁଷ୍ଠିତ ହୋଇ ଯାଇଛି।

ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ତଥା ସମାଜସେବୀକା ସୁକାନ୍ତି ପଣ୍ଡା, ମୁଖ୍ୟବକ୍ତା ଭାବେ ମୁଗୁପୁର ସମାଚାର ସମ୍ପାଦକ ମଦନ ମୋହନ ପାଢ଼ୀ, ସମ୍ମାନିତ ଅତିଥି ଭାବେ ସାମ୍ବାଦିକା ରୀନା ମହାନ୍ତି ଯୋଗ ଦେବା ସହିତ ସ୍ବର୍ଗତ ତ୍ରିପାଠୀ ଜଣେ ନୀତିନିଷ୍ଠ ପ୍ରଶାସକ, ସୁକବି, ସମାଜସେବୀ ସହିତ ଅସହାୟ, ଗରିବ ବ୍ୟକ୍ତି ବିଶେଷଙ୍କ ପ୍ରତି ବିଶେଷ ସହାନୁଭୂତି ରଖିବା ସହ ସର୍ବଦା ସାହାଯ୍ୟ ଓ ସହଯୋଗ କାର୍ଯ୍ୟ ଜାରି ରଖି ଆସୁଥିଲେ ବୋଲି ପ୍ରକାଶ କରୁଥିଲେ।

- Advertisement -

ଏହି ଅବସରରେ  ଅବସରରେ କିଛି ପିଲାମାନଙ୍କୁ ପାଠ୍ୟ ଉପକରଣ ପ୍ରଦାନ କରାଯିବା ସହ ସାମ୍ବାଦିକ ଅଶୋକ ମହାନ୍ତିଙ୍କୁ ସ୍ବର୍ଗତ ସୁବାସ ଚନ୍ଦ୍ର ତ୍ରିପାଠୀ ସ୍ମୃତି ସମ୍ମାନ ପ୍ରଦାନ କରାଯାଇଥିଲା। ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ଶତକ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ତାଙ୍କ ବହୁମୁଖୀ ବ୍ୟକ୍ତିତ୍ୱ ସମ୍ପର୍କରେ ଆଲୋଚନା କରାଯାଇଥିଲା। ମହିମା ସେବା ଫାଉଣ୍ଡେସନର ସଭାପତି ନାରାୟଣ ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ମମତା ସାହୁ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories