www.samajalive.in
Thursday, December 11, 2025
26.1 C
Bhubaneswar

ସଂସଦ ଭବନ ନିକଟରେ ନିଜ ଦେହରେ ନିଆଁ ଲଗାଇଲେ ଯୁବକ

ସମାଜ ଡିଜିଟାଲ ଡେସ୍କ: ନୂଆଦିଲ୍ଲୀସ୍ଥିତ  ସଂସଦ ଭବନ​‌ ନିକଟରେ ବୁଧବାର ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଯୁବକ ଜଣକ ନିଜ ଦେହରେ ନିଆଁ ଲଗାଇଦେଇଥିଲେ। କିଛି ଦୂରରେ ସୁରକ୍ଷା ପାଇଁ ମୁତୟନ ହୋଇଥିବା ସୁରକ୍ଷାକର୍ମୀମାନେ ତୁରନ୍ତ ଯୁବକଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲେ। ଯୁବକଙ୍କ ନାମ ଜିତେନ୍ଦ୍ର ଏବଂ ତାଙ୍କ ଘର ଉତ୍ତର ପ୍ରଦେଶର ବାଗପତରେ ବୋଲି ଦିଲ୍ଲୀ ପୁଲିସ ପକ୍ଷରୁ ସୂଚନା ମିଳିଛି। ସ୍ଥାନୀୟ ଆରଏମଏଲ ହସ୍ପିଟାଲରେ ଯୁବକଙ୍କ ଚିକିତ୍ସା ଚାଲିଛି। ସେ କ’ଣ ପାଇଁ ଆତ୍ମାହୁତି ଦେବାକୁ ଉଦ୍ୟମ କରିଥିଲେ ପୁଲିସ ତାହାର ତଦନ୍ତ ଚଳାଇଛି।

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories