www.samajalive.in
Wednesday, December 10, 2025
26.1 C
Bhubaneswar

ନବୀନ ଓ ନିତିଶଙ୍କୁ ଭାରତରତ୍ନ ଦିଆଯାଉ: ଗିରିରାଜ

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାରଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ଭାରତରତ୍ନ ଦିଆଯାଉଛି। ଏମିତି ଦାବି ଉଠାଇଛନ୍ତି ବେଗୁସରାଇ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ। ନିଜ ନିର୍ବାଚନମଣ୍ଡଳୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଗିରିରାଜ ଏପରି ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ଏବେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି।

ଗିରିରାଜ କହିଥିଲେ, ଆଜି ଯେଉଁ ପିଲାମାନେ ୩୦ ବର୍ଷର ହୋଇଗଲେଣି ସେମାନେ ଲାଲୁଙ୍କ ଜଙ୍ଗଲରାଜ, ସତେବେଳର ଡାକ୍ତରଖାନା, ରାସ୍ତାଘାଟ, ସ୍କୁଲ କଲେଜ ଦେଖିନାହାନ୍ତି। ସେହି ସ୍ଥିତିକୁ ଆଜି ନିତିଶ କୁମାର ଏକ ନୂଆ ସ୍ତରକୁ ନେଇଯାଇଛନ୍ତି। ଓଡ଼ିଶାରେ ନବୀନ ପଟ୍ଟନାୟକ ବି ବହୁତ ବର୍ଷ ଧରି ରାଜ୍ୟର ସେବା କରିଛନ୍ତି। ଏମିତି ବ୍ୟକ୍ତିତ୍ଵମାନଙ୍କୁ ପୁରସ୍କୃତ କରିବାର ଆବଶ୍ୟକତା ରହିଛି। ଭାରତରତ୍ନ ଭଳି ପୁରସ୍କାରରେ ଏମାନଙ୍କୁ ସମ୍ମାନିତ କରିବା ଦରକାର ବୋଲି ଗିରିରାଜ କହିଥିଲେ।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories