www.samajalive.in
Sunday, December 14, 2025
17.1 C
Bhubaneswar

ନିଜ ଅଧିକାର ସାବ୍ୟସ୍ତ କରିବା ପାଇଁ ପ୍ରଥମେ ସଚେତନ ହେବାକୁ ପଡ଼ିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଯେଉଁମାନେ ଚିଟ୍‌ଫଣ୍ଡରେ ଟଙ୍କା ରଖିଥିଲେ, ନିଶ୍ଚିତ ଭାବରେ କେହି ନା କେହି ଠକେଇର ଶିକାର ହୋଇଥିବେ। ମୁଁ ମଧ୍ୟ ଚିଟଫଣ୍ଡ ଠକେଇର ଶିକାର ହୋଇଛି ବୋଲି ଲୋକସେବା ଭବନ କନଭେନ୍‍ସନ ସେଣ୍ଟରରେ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ-୨୦୨୪ ପାଳନ ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ସ୍ବୀକାରୋକ୍ତି ଦେଇଛନ୍ତି। ସେ ପୁଣି ଏ ବିଷୟରେ କହିଛନ୍ତି ଯେ, ବିଭିନ୍ନ ଲୋଭ ଦେଖାଇ ଟଙ୍କା ରଖିବାକୁ ରାଜି କରାଉଥିଲେ, ପରେ ଠକାମିରେ ଶିକାର ହେବାକୁ ପଡ଼ୁଥିଲା। ମୁଁ ୨ଟି ସଂସ୍ଥାରେ ଠକାମିରେ ଶିକାର ହୋଇଛି।

୧୯୯୦ ଓ ୨୦୦୨ ମସିହାରେ ଦୁଇଥର ଗୋଟିଏ ସରକାରୀ ଓ ଅନ୍ୟଟି ବେସରକାରୀ ସଂସ୍ଥାରେ ଠକେଇର ଶିକାର ହୋଇଥିଲି। ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଆବେଦନ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି ସେ କହିଛନ୍ତି। ଉପଭୋକ୍ତା ସୁରକ୍ଷା ଅଭିଯାନକୁ ଫଳପ୍ରଦ କରିବା ପାଇଁ ସରକାରୀ, ବେସରକାରୀ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ନାଗରିକ ସମାଜର ସକ୍ରିୟ ସହଯୋଗର ଆବଶ୍ୟକତା ରହିଛି। ନିଜ ଅଧିକାର ସାବ୍ୟସ୍ତ କରିବା ପାଇଁ ପ୍ରଥମେ ସଚେତନ ହେବାକୁ ପଡ଼ିବ। ଏହାଦ୍ବାରା ବ୍ୟକ୍ତି ଅଧିକାର ସୁରକ୍ଷିତ ରହିପାରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି।

- Advertisement -

ଇଣ୍ଟରନେଟ ଓ ସାମାଜିକ ଗଣମାଧ୍ୟମର ବହୁଳ ବ୍ୟବହାର ଯୋଗୁଁ ଲୋକେ ସହଜରେ ଠକାମିର ଶିକାର ହେଉଛନ୍ତି। ୨୦୧୦ରେ ଓଡ଼ିଶାରେ ଚିଟଫଣ୍ଡ ସଂସ୍ଥା ଦ୍ବାରା ବହୁତ ଲୋକ ଠକାମିର ଶିକାର ହୋଇଥିଲେ। ଏହାକୁ ରୋକିବା ଓ ଉପଭୋକ୍ତାମାନଙ୍କୁ ସୁରକ୍ଷା ଦେବା ପାଇଁ ଏହି ନୂଆ ଆଇନରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା ସେ କହିଥିଲେ। ଉପଭୋକ୍ତାମାନେ ଇ-ଫାଇଲିଂ ମାଧ୍ୟମରେ ଅଭିଯୋଗ ଦାଖଲ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଲେ, ସଚେତନ ଖାଉଟି ହିଁ ଜଣେ ଉତ୍ତମ ଖାଉଟି ହୋଇପାରିବ। ରାଜ୍ୟରେ ଥିବା ଖାଉଟି ଅଦାଲତଗୁଡ଼ିକୁ ଆହୁରି ସୁଦୃଢ଼ କରାଯିବ ବୋଲି ସେ କହିଥିଲେ। ଏହି ଅବସରରେ ସେ ଗ୍ୟାସ ସିଲିଣ୍ଡରରେ ଓ ପେଟ୍ରୋଲ ପମ୍ପ କରାଯାଉଥିବା ଠକାମି କଥା ଉଠାଇଥିଲେ।

ଖାଉଟି ବିବାଦ ସମାଧାନ ଆୟୋଗର ସଭାପତି ଦିଲୀପ ମହାପାତ୍ର କହିଥିଲେ ଯେ, ୨୦୧୯ରୁ ଉପଭୋକ୍ତାଙ୍କ ସୁବିଧା ପାଇଁ ଘରେ ବସି ଅଭିଯୋଗ ଦାଖଲ କରିବାର ସୁବିଧା କରାଯାଇଥିବା କହିଥିଲେ। ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ସ୍ବାଗତ ଭାଷଣ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ଖାଉଟି ସୁରକ୍ଷା ସମ୍ବନ୍ଧୀୟ ବକ୍ତୃତା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଥିଲେ। ବିଭାଗୀୟ ସ୍ବତନ୍ତ୍ର ଶାସନ ସଚିବ ଅଞ୍ଜନା ପଣ୍ଡା ଧନ୍ୟବାଦ ଦେଇଥିଲେ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories