www.samajalive.in
Sunday, December 14, 2025
15.1 C
Bhubaneswar

ଗଛରୁ ଦୁଇଟି ଝୁଲନ୍ତା ମୃତଦେହ ଜବତ

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଅଲାରିଗଡ଼ ନିଷ୍ଟିପୁର ରାସ୍ତା ନିକଟ ଜଙ୍ଗଲର ଏକ ଗଛରୁ ୨ଟି ମୃତଦେହ ଜବତ ହୋଇଛି। ମୃତକ ଦୁଇଜଣଙ୍କ ମଧ୍ୟରେ ଜଣେ ପୁରୁଷ ଓ ଅନ୍ୟ ଜଣେ ମହିଳା ରହିଛନ୍ତି। ସ୍ଥାନୀୟ ଲୋକେ ଗଛରେ ଝୁଲନ୍ତା ମୃତଦେହ ଦେଖିବା ପରେ ଏ ସମ୍ପର୍କରେ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଦ୍ବୟକୁ ଜବତ କରିଛି। ମୃତକ ଦ୍ବୟ କିଛିଦିନ ତଳେ ନିଖୋଜ ହୋଇଯାଇଥିବା ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଥିଲା। ଏହା ହତ୍ୟା ନା ଆତ୍ମହତ୍ୟା ତାହା ଏଯାଏ ସ୍ପଷ୍ଟ ହୋଇପାରି ନାହିଁ। ପୁଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories