www.samajalive.in
Monday, December 8, 2025
24.1 C
Bhubaneswar

ଅଦିନିଆ ବର୍ଷାରେ ଫସଲ କ୍ଷତି ଆଶଙ୍କା ‘କୃଷି ରକ୍ଷକ’ ପୋର୍ଟାଲ କିମ୍ବା ହେଲ୍ପଲାଇନରେ ଜଣାଇବାକୁ ପରାମର୍ଶ

ଭୁବନେଶ୍ଵର : ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ କ୍ଷତି ପୂରଣ ଦିଆଯିବାକୁ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମାନୁଯାୟୀ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯାଏ । ଯଦି ଅମଳ ହୋଇଥିବା ଫସଲ କ୍ଷେତରେ ବିଡା ବନ୍ଧା ଅବସ୍ଥାରେ କିମ୍ବା ଖଳାରେ ଶୁଖାଯାଇଥିବା ଅବସ୍ଥାରେ ଅମଳର ୧୪ ଦିନ ମଧ୍ୟରେ ଅଦିନିଆ ବର୍ଷା ଯୋଗୁଁ କ୍ଷୟକ୍ଷତି ହୋଇଛି, ତେବେ ବୀମା ସହାୟତା ପ୍ରଦାନ ପାଇଁ ଚାଷୀମାନେ ଯୋଗ୍ୟ ଅଟନ୍ତି । ଏଥିପାଇଁ କ୍ଷତି ହେବାର ୭୨ ଘଣ୍ଟା ମଧ୍ୟରେ “କୃଷି ରକ୍ଷକ” ପୋର୍ଟାଲ କିମ୍ବା “କୃଷି ରକ୍ଷକ ହେଲ୍ପଲାଇନ ନମ୍ବର” ୧୪୪୪୭ ରେ ସୂଚନା ଦେବାକୁ ଗଣମାଧ୍ୟମ ଜରିଆରେ ସମବାୟ ବିଭାଗ ପକ୍ଷରୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି ।

ସୂଚନାଯୋଗ୍ୟ, ବିଗତ କିଛି ଦିନ ଧରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ବୌଦ୍ଧ, କଟକ, ଢେଙ୍କାନାଳ, ଦେଓଗଡ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ, ପୁରୀ, ରାୟଗଡା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ଅନୁଭୂତ ହୋଇଛି । ଏହି ଅଦିନିଆ ବର୍ଷା ଯୋଗୁଁ ଅନେକ ଚାଷୀଙ୍କ ଅମଳ ଖରିଫ ଫସଲ କ୍ଷତିଗ୍ରସ୍ତ ହୋଇଥିବାର ଆଶଙ୍କା କରାଯାଉଛି । ଏହି ସମସ୍ତ ଜିଲ୍ଲାରେ ୧୫ ଲକ୍ଷରୁ ଅଧିକ ଚାଷୀ ଫସଲ ବୀମା ଯୋଜନାରେ ସେମାନଙ୍କ ଖରିଫ ଫସଲକୁ ପଞ୍ଜୀକୃତ କରିଛନ୍ତି । କ୍ଷତି ପୂରଣ ପାଇବା ପାଇଁ ପଞ୍ଜୀକୃତ ଚାଷୀମାନେ କ୍ଷତି ହେବାର ୭୨ ଘଣ୍ଟା ମଧ୍ୟରେ “କୃଷି ରକ୍ଷକ” ପୋର୍ଟାଲ କିମ୍ବା “କୃଷି ରକ୍ଷକ ହେଲ୍ପଲାଇନ ନମ୍ବର” ୧୪୪୪୭ ରେ ସୂଚନା ଦେବାକୁ ସମବାୟ ବିଭାଗ ପକ୍ଷରୁ ନିବେଦନ କରାଯାଇଛି ।

- Advertisement -

ଅଧିକ ସହାୟତା ପାଇଁ ନିକଟସ୍ଥ କୃଷି ଅଧିକାରୀ – VAW, BAO, DAO, CDAO କିମ୍ବା ସମବାୟ ଅଧିକାରୀ- CEO, ARCS, DRCS ଙ୍କୁ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories