www.samajalive.in
Friday, December 12, 2025
26.1 C
Bhubaneswar

ଶାସନ ପଦରରେ ବିଦ୍ୟୁତ ଆଘାତରେ ଯୁବକ ମୃତ

ଗୋପାଳପୁର : ଗୋଳନ୍ଥରା ଥାନା ଅନ୍ତର୍ଗତ ଶାସନପଦର ଗାଁରେ ନିଜର ନିର୍ମାଣଧୀନ କୋଠାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ଚିକିତ୍ସିତ ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ନାରୁସୁ ନାୟକଙ୍କ ପୁଅ ଶୁଭମ ନାୟକ (୧୯ବୋଲି ଜଣାପଡ଼ିଛି। ମୃତ ଶୁଭମ ପଡୋଶୀରେ ସୁଧାଂଶୁ ନାୟକଙ୍କ ନିର୍ମାଣଧୀନ କୋଠାରେ ଏକ ଝୁଲନ୍ତା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଅଚେତ ହୋଇ ଯାଇଥିଲେ। ପରିବାର ବର୍ଗଙ୍କ ପକ୍ଷରୁ ତୁରନ୍ତ କେଲୁଆପଲ୍ଲୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତୁରନ୍ତ ବ୍ରହ୍ମପୁର ବଡ ମେଡିକାଲ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଘଟଣା ନେଇ ମୃତକଙ୍କ ପରିବାର ପକ୍ଷରୁ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗକୁ ଭିତ୍ତି କରି ପୁଲିସ ପକ୍ଷରୁ ୫୫/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଜଣାପଡିଛି ।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories