www.samajalive.in
Monday, December 8, 2025
27.1 C
Bhubaneswar

ଶୁକ୍ରବାର ରାଶିଫଳ: ଆର୍ଥିକ ଉନ୍ନତି ସହ ମିଳିବ ଖୁସି ଖବର, ଏହି ରାଶିର ଲୋକଙ୍କ ପାଇଁ ଶୁଭ

ମେଷ- ସକଳ ଗୁଣର ଆଧାର ହେବେ। ସୁଖୀ ଓ କାବ୍ୟ ଶାସ୍ତ୍ରାନୁରକ୍ତ ହୋଇପାରନ୍ତି। ଆର୍ଥିକ ସ୍ଥିତି ଉନ୍ନତମାନର ହେବ। ଦେବ ଦର୍ଶନ ଶାନ୍ତି ପ୍ରଦାୟକ ହେବ। ଅଶାନ୍ତି ଦୂର ହେବ। ଲାଭବାନ୍‌ ହୋଇପାରନ୍ତି।

ବୃଷ- ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ମତିଜ୍ଞ ହେବେ। ବିବିଧ ଧନଯୁକ୍ତ ହେବେ। କର୍ମଚଞ୍ଚଳ ରହିବେ। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି। ସହିଷ୍ଣୁ, ପ୍ରଫୁଲ୍ଲ ମୁଖ ଓ ରୂପବାନ୍‌ ହେବେ।

- Advertisement -

ମିଥୁନ- ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।

କର୍କଟ- ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। ଚକ୍ଷୁ ଚିକିତ୍ସାରେ ଧନ ବ୍ୟୟ ହେବ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ସିଂହ- ଜ୍ଞାନ ପିପାସୁ ହୋଇପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ ସୂତ୍ରରୁ ଏପରିକି ରାଜ ଦରବାରରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। କାର୍ଯ୍ୟରେ ସଫଳତା ମିଳିବ।

କନ୍ୟା- କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତି ଉନ୍ନତମାନର ହେବ। ସରକାରଙ୍କ କୃପାପାତ୍ର ହେବେ। ଗୃହ ପରିବେଶ ଉତ୍ତମ ମାନର ହେବ। ବହୁବିଧ ଧନର ଅଧିକାରୀ ହୋଇପାରନ୍ତି।

ତୁଳା- କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି, ତା’ର ସଦ୍‌ ବ୍ୟବହାର କରିପାରନ୍ତି। ବିବାଦୀୟ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିପାରନ୍ତି। ଦାମ୍ପତ୍ୟ ସୁଖ ମିଳିବ।

ବିଛା- ଗଚ୍ଛିତ ଅର୍ଥରେ ଆବଶ୍ୟକତା ପୂରଣ କରିବା ସମ୍ଭବ ନୁହେଁ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ସୁଭାଷୀ ହେବେ। ଦ୍ରବ୍ୟଲାଭର ସୂଚନା ମିଳୁଛି। ସତର୍କତାର ଦିନ ଆଜି।

ଧନୁ- ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର‌୍ୟ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ସୁଖାଦ୍ୟ ଭୋଜନ କରି ଆନନ୍ଦ ଅନୁଭବ କରିପାରନ୍ତି।

ମକର- ଭାଇ, ବନ୍ଧୁ, ଜ୍ଞାତି, କୁଟୁମ୍ବଙ୍କ ସହାୟତାରେ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ଶୁଭକାର୍ଯ୍ୟ କରଣୀୟ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ।

କୁମ୍ଭ- ସରକାରୀ ସୂତ୍ରରୁ ଓ ନିଜ ଆୟରୁ ଧନାଢ଼୍ୟ ହୋଇପାରନ୍ତି। ଅଧ୍ୟୟନରତ ହେବେ। ପାରିବାରିକ ଜୀବନ ମଙ୍ଗଳମୟ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଲଟେରି ଉଠାଣ ଫଳ ସପକ୍ଷରେ ଯିବ।

ମୀନ- ପରିଶ୍ରମ ଯେତେ କଠିନ ଓ କଷ୍ଟଦାୟକ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିଲେ ବି ପରବର୍ତ୍ତୀ ସମୟରେ ତା’ର ସୁଧାର ଉପଲବ୍ଧ ହେବ। ଯାନବାହନ ସୁଖ ମିଳିବ।

Hot this week

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

Related Articles

Popular Categories