www.samajalive.in
Saturday, December 13, 2025
17.1 C
Bhubaneswar

ଜାନୁଆରୀ ପ୍ରଥମ ସପ୍ତାହରେ ଲଘୁଚାପ

ଭୁବନେଶ୍ବର : ଲଗାଣ ବର୍ଷା ଯୋଗୁ ଚାଷୀଙ୍କ ଫସଲହାନି ହୋଇଥିବା ବେଳେ ଆସନ୍ତା ୨୮ ଓ ୨୯ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଅନ୍ୟାନ୍ୟ ଅଞ୍ଚଳ ଗୁଡିକରେ ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହୋଇଛିଟ୍ଟକିନ୍ତୁ ପଶ୍ଚିମାଝଡ଼ ପ୍ରଭାବରେ ୨୮ରେ ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ନୂଆପଡା, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇପାରେ। ୨୯ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ସୁନ୍ଦରଗଡ ଜିଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ଲଗାଣ ବର୍ଷା ହୋଇଥିବା ବେଳେ ରାତି ତାପମାତ୍ରା କୋରାପୁଟରେ ୧୨.୪ ଡିଗ୍ରୀ ରେକର୍ଡ ହୋଇଥିଲା। ଦାରିଙ୍ଗବାଡି ୧୩.୫, ଜଗତସିଂହପୁର ୧୪, ଖୋର୍ଦ୍ଧା ୧୪.୫, ବୌଦ୍ଧ ୧୪.୮, କେନ୍ଦ୍ରାପଡା ୧୪.୮, ଭୁବନେଶ୍ବର ୧୮.୪ ଏବଂ କଟକରେ ୧୬.୬ ଡିଗ୍ରୀ ପାରଦ ରହିଛି। ଆସନ୍ତା ୫ଦିନ ପର‌୍ୟ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ଶୁକ୍ରବାର ସକାଳେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ସୁବର୍ଣ୍ଣପୁର ଏବଂ ସମ୍ବଲପୁର ଜିଲାର କିଛି ଅଞ୍ଚଳରେ ଘନ କୁହୁଡି ହେବା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଜାନୁଆରୀ ପ୍ରଥମ ସପ୍ତାହରେ ଏକ ଲଘୁଚାପ ଆସୁଛି। ଜାନୁଆରୀ ୩ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ପ୍ରାଥମିକ ଆକଳନ କହୁଛି, ଏହା ଅଧିକ ଘନୀଭୂତ ହେବ । ତେବେ ଏହାର ରୂପରେଖ କ’ଣ ରହିବ ଆଗକୁ ସ୍ପଷ୍ଟ କରାଯିବ । ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ହେଲେ ୨୮ରୁ ୩୧ତାରିଖ ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପାଗ ଆଂଶିକ ମେଘୁଆ ରହିବ। ପଶ୍ଚିମାଝଡ ପ୍ରଭାବ ବିଶେଷ ପଡିବାର ସମ୍ଭାବନା ନାହିଁ। ଗୁରୁବାର ରାତିରୁ ରାତି ତାପମାତ୍ରା ହ୍ରାସ ପାଇବ। ଜାନୁଆରୀ ପହିଲା ବେଳକୁ ଅନେକ ଅଞ୍ଚଳରେ ରାତି ତାପମାତ୍ରା ୧୦ଡିଗ୍ରୀ ତଳକୁ ଖସି ଆସିବାର ସମ୍ଭାବନା ଥିବାରୁ ଶୀତ ପ୍ରକୋପ ବଢିବା ଆଶଙ୍କା ରହିଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories