www.samajalive.in
Sunday, December 14, 2025
16.1 C
Bhubaneswar

ଆଦିତ୍ୟ କେୟାର ମେଡିକାଲ ହଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

ପାଟଣା: ପାଟଣା ବ୍ଲକ ମୁଖ୍ୟାଳୟ ଠାରେ ଥିବା ଆଦିତ୍ୟ କେୟାର ମେଡିକାଲ ହଲ ସହଯୋଗରେ ପାଟଣା ବ୍ଲକ ସଭା ଗୃହରେ ଏକ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ କଟକ ବଡ ଡ଼ାକ୍ତରଖାନାର ଭେଷଜ ବିଶେଷଜ୍ଞ ଡା. ସମ୍ବିତ କୁମାର ପାଲ ଶିବିରକୁ ଉଦଘାଟନ କରି ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗୀମାନଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ଚିକିତ୍ସା ପରାମର୍ଶ ଦେଇଥିଲେ। ଏହି ଅବସରରେ ସାମ୍ବାଦିକ ବିଜୟ ରତ୍ନ ପତି, ଯୁଗଳ କିଶୋର ଦାଶ୍, ଦୃଗା ଚରଣ ନାଏକ, ସରଜ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଶିବିରରେ ଶତାଧିକ ରୋଗୀଙ୍କୁ ଚିକିତ୍ସା ଓ ଔଷଧ ପ୍ରଦାନ କରାଯାଇଥିଲା। ଶିବିରକୁ ଆସିଥିବା ସମସ୍ତ ରୋଗୀଙ୍କୁ ବିନା ମୂଲ୍ୟରେ ରକ୍ତ ପରୀକ୍ଷା କରାଯାଇଥିଲା। ଏଥି ସହିତ ଏହିପରି ରୋଗୀ ମାନଙ୍କୁ ଆଗାମୀ ଦିନରେ ଗ୍ରାମାଞ୍ଚଳ ଗୁଡିକରେ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ସହିତ ଲୋକମାନଙ୍କୁ ରୋଗ ଠାରୁ ମୁକ୍ତି ପାଇବା ପାଇଁ ସଚେନତା ଅଧିକ ଆବଶ୍ୟକ ବୋଲି କହିଥିଲେ। ଆଦିତ୍ୟ କେୟାର ମେଡ଼ିକାଲର ମୁଖ୍ୟ ନିର୍ମଳ ମଣ୍ଡଳ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହିତ ସଂଯୋଜନା କରିଥିଲେ। ଆଗାମୀ ଦିନରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ମେଳା ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ସୂଚନା ଦେଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories