www.samajalive.in
Sunday, December 7, 2025
18.1 C
Bhubaneswar

ସ୍କୁଟି ସହ ଯୁବକଙ୍କୁ ପୋଡ଼ି ହତ୍ୟା !

ସମାଜ ଡିଜିଟାଲ ଡେସ୍କ: ସ୍କୁଟି ସହ ଯୁବକଙ୍କୁ ପୋଡ଼ି ହତ୍ୟା କଲେ ଦୁର୍ବୃତ୍ତ। ଏଭଳି ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ସର୍ଗିପାଲି ଅଞ୍ଚଳରେ। ଗତ ଗୁରୁବାର ରାତିରେ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଶୁକ୍ରବାର ସକାଳେ ସର୍ଗିପାଲି ନବୋଦୟ ବିଦ୍ୟାଳୟ ପଛ ପଟେ ଥିବା ଏକ ପାଳ ଗଦାରୁ ଉକ୍ତ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଛି ପୁଲିସ। ସେଠାରେ ଏକ ସ୍କୁଟି ପଡ଼ିଥିବାବେଳେ ତାହା ମଧ୍ୟ ପୋଡ଼ି ଯାଇଛି। ଯୁବକଙ୍କୁ କେହି ହତ୍ୟା କରିବା ପରେ ପାଳଗଦାରେ ପକାଇ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories