www.samajalive.in
Tuesday, December 9, 2025
15.1 C
Bhubaneswar

ନାଳକୁ ବସ ଖସି ୮ ମୃତ ଓ ୨୬ ଆହତ

ସମାଜ ଡିଜିଟାଲ ଡେସ୍କ: ନାଳକୁ ବସ ଖସିପଡ଼ିବାରୁ ୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୬ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପଞ୍ଜାବର ଭଟିଣ୍ଡା ଜିଲା ଅନ୍ତର୍ଗତ ଜୀବନ ସିଂହଓ୍ବାଲା ଗ୍ରାମ ନିକଟରେ ଶୁକ୍ରବାର ଏହି ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବସଟି ୩୦ରୁ ଅଧିକ ଯାତ୍ରୀଙ୍କୁ ନେଇ ତଲଓ୍ବାଣ୍ଡି ସାବୋରୁ ଭଟିଣ୍ଡା ଜିଲା ସଦର ମହକୁମାକୁ ଯାଉଥିଲା। ଜୀବନ ସିଂହଓ୍ବାଲା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ବସଟି ଏକ ନାଳକୁ ଖସି ପଡ଼ିଥିଲା। ସ୍ଥାନୀୟ ଲୋକେ ତୁରନ୍ତ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ  ସହାୟତାରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଜିଲା ପ୍ରଶାସନିକ ଅଧିକାରୀ ଏବଂ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories