www.samajalive.in
Wednesday, December 10, 2025
23.1 C
Bhubaneswar

ଦେଖନ୍ତୁ ଭିଡିଓ: ଶେଷଯାତ୍ରାରେ ମନମୋହନଙ୍କ ପାର୍ଥିବ ଶରୀର

ସମାଜ ଡିଜିଟାଲ ଡେସ୍କ: ଶେଷଯାତ୍ରାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ପାର୍ଥିବ ଶରୀର। ଶନିବାର ସକାଳୁ ମନମୋହନଙ୍କ ପାର୍ଥିବ ଶରୀରକୁ ତାଙ୍କ ବାସଭବନରୁ ନୂଆଦିଲ୍ଲୀସ୍ଥିତ କଂଗ୍ରେସ କାର୍ଯ୍ୟାଳୟ ଅଭିମୁଖେ ନିଆଯାଇଛି। କଂଗ୍ରେସ କାର୍ଯ୍ୟାଳୟରେ ଦଳୀୟ ସାଂସଦ ଓ ନେତାମାନେ ଶେଷ ଦର୍ଶନ କରିବେ। ଏହା ପରେ ବିରାଟ ଶୋଭାଯାତ୍ରାରେ ପାର୍ଥିବ ଶରୀରକୁ ନିଗମବୋଧ ଘାଟକୁ ନିଆଯିବ। ସେଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ ହେବ। ଶେଷ ଯାତ୍ରାରେ ହଜାର ହଜାର ଲୋକଙ୍କ ସମାଗମ ହୋଇଛି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ, ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଯାତ୍ରା ସମୟରେ ଉପସ୍ଥିତ ରହିଛନ୍ତି।

ଗତ ଗୁରୁବାର ରାତିରେ ନୂଆଦିଲ୍ଲୀର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ)ରେ ଡ. ସିଂହଙ୍କ ନିଧନ ଘଟିଥିଲା। ତାଙ୍କୁ ୯୨ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ ସମସ୍ୟାରେ ସେ ପୀଡ଼ିତ ଥିଲେ। ଗୁରୁବାର ସନ୍ଧ୍ୟାରେ ସ୍ବାସ୍ଥ୍ୟାବସ୍ଥା ହଠାତ ବିଗିଡ଼ି ଯିବାରୁ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତରମାନଙ୍କ ବହୁ ଚେଷ୍ଟା ସତ୍ବେ ତାଙ୍କ ଜୀବନ ରକ୍ଷା କରାଯାଇପାରି ନ ଥିଲା। ସାରା ଦେଶ ପାଇଁ ଏହା ଏକ ଦୁଃଖଦ ଘଟଣା ହୋଇଥିବାବେଳେ ସରକାର ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି।

- Advertisement -

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories