www.samajalive.in
Tuesday, December 9, 2025
26.1 C
Bhubaneswar

ଭାରତୀୟ କପା ନିଗମ ସିଏମଡିଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତକାର ଓ ଆଲୋଚନା

ଭୁବନେଶ୍ୱର:ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରିଛନ୍ତି ଭାରତୀୟ କପା ନିଗମ ଲିମିଟେଡ଼ର ସିଏମଡି ଲଳିତ ଗୁପ୍ତା । ସାକ୍ଷାତକାର ବେଳେ ରାଜ୍ୟରେ କପା ଉତ୍ପାଦନ, ବିକ୍ରୟ ବ୍ୟବସ୍ଥା ଓ ଏଥିରେ ଥିବା ସମସ୍ୟା ଗୁଡ଼ିକ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା ।

ସମ୍ପ୍ରତି ଓଡ଼ିଶାରେ ୨.୩୯ ଲକ୍ଷ ହେକ୍ଟର ଜମିରେ କପାଚାଷ କରାଯାଉଛି । ଚଳିତବର୍ଷ ୪୦ ଲକ୍ଷ କୁଇଣ୍ଟାଲ କପା ଉତ୍ପାଦନ ହେବା ଲକ୍ଷ୍ୟ ରହିଛି । ଓଡ଼ିଶାରେ ଉତ୍ପାଦିତ ହେଉଥିବା କପା ଗୁଣବତ୍ତା ଦୃଷ୍ଟିରୁ ସର୍ବୋତ୍ତମ ଅଟେ ଏବଂ ବଜାରରେ ଏହାର ଚାହିଦା ମଧ୍ୟ ରହିଛି । ସାକ୍ଷାତକାର ବେଳେ କପା ଚାଷ ଏବଂ ଏହାର ବିକ୍ରୟ ସମୟରେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାଗୁଡ଼ିକ ବିଷୟରେ ଆଲୋଚନା କରାଯାଇଥିଲା । ଏଥିସହିତ ଭବିଷ୍ୟତରେ ଭାରତୀୟ କପା ନିଗମ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ନିଆ ଯିବାକୁ ଥିବା ପଦକ୍ଷେପ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା।

- Advertisement -

ଏହି ଆଲୋଚନାବେଳେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ, ସିସିଆଇ ରିଜିଓନାଲ ମ୍ୟାନେଜର ଶ୍ରୀ ଟି କେ ଦାସ, କୃଷି ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ଜେ ସୂର୍ଯ୍ୟା ରାଓ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ ।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories