www.samajalive.in
Monday, December 15, 2025
26.1 C
Bhubaneswar

ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗତ ୨୦ ତାରିଖରୁ ୨୮ ତାରିଖ ମଧ୍ୟରେ ରାଜ୍ୟରେ ହୋଇଥିବା ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ଯେପରି ଜଣେ ବି କ୍ଷତିଗ୍ରସ୍ତ ଚାଷୀ ସହାୟତାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଧ୍ୟାନ ଦେବାକୁ ସମୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ  ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ ସହ ପ୍ରକୃତ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ଚିହ୍ନଟ କରିବା ପାଇଁ ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ ଦେଇଥିଲେ। ବୀମା କରିଥିବା ଓ ବୀମା ନକରିଥିବା କ୍ଷତିଗ୍ରସ୍ତ ସମସ୍ତ ଚାଷୀ ମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ସହାୟତା ଯଥାଶୀଘ୍ର  DBT ମାଧ୍ୟମରେ ଯୋଗାଇ ଦିଆଯିବ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।
ବୀମା କରିଥିବା ସମସ୍ତ ଚାଷୀ ଭାଇ ଓ ଭଉଣୀ ମାନେ ଯେପରି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କ୍ଷୟ କ୍ଷତି ସଂପର୍କରେ ବୀମା କମ୍ପାନୀ ମାନଙ୍କୁ ସୂଚନା ଦେବେ, ସେଥିପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ ଦେଇଥିଲେ । ବୈଠକର ସୂଚନାରୁ ଜଣାଯାଇଥିଲା ଯେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୨୬ ହଜାର ଚାଷୀ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇଛନ୍ତି । ଆସନ୍ତା କାଲି (ରବିବାର) ସୁଦ୍ଧା ସବୁ ବୀମାଭୁକ୍ତ ଚାଷୀମାନେ ନିଜର ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେବାକୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ଜରିଆରେ ନିବେଦନ କରିଥିଲେ ।
ଏହା ସହିତ ବିଭିନ୍ନ ଜିଲ୍ଲାର ପଞ୍ଜୀକୃତ ଚାଷୀ ଭାଇ ଓ ଭଉଣୀ ମାନେ ଅଦିନିଆ ବର୍ଷା  ଜନିତ  ସେମାନଙ୍କର ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତିର ସୂଚନା ତୁରନ୍ତ “କୃଷି ରକ୍ଷକ”  ପୋର୍ଟାଲ ମାଧ୍ୟମରେ କିମ୍ବା  ୧୪୪୪୭ କୁ କଲ୍ କରି ଜଣାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।
ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀକନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ ପାଢୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories