www.samajalive.in
Monday, December 15, 2025
16.1 C
Bhubaneswar

ୱେଭ୍‌ସରେ ଭାଗ ନେବାକୁ ସମଗ୍ର ମନୋରଞ୍ଜନ ଓ ସୃଜନାତ୍ମକ ଶିଳ୍ପକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ବର୍ଷ ଆମ ଦେଶରେ ପ୍ରଥମ ଥର ପାଇଁ ୱାର୍ଲଡ୍ ଅଡିଓ ଭିଜୁଆଲ୍ ଏଣ୍ଟରଟେନମେଣ୍ଟ ସମିଟ୍ ବା ୱେଭ୍‌ସ ଆୟୋଜିତ ହେବାକୁ ଯାଉଛି। ଏହାଦ୍ଵାରା ଭାରତର ସୃଜନାତ୍ମକ ପ୍ରତିଭା ବା କ୍ରିଏଟିଭ୍ ଟାଲେଣ୍ଟକୁ ବିଶ୍ୱ ଆଗରେ ଉପସ୍ଥାପନ କରିବାର ଗୋଟିଏ ବଡ଼ ସୁଯୋଗ ମିଳିବ। ରବିବାର ‘ମନ୍ କି ବାତ’ କାର୍ଯ୍ୟକ୍ରମରେ ଏନେଇ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିସହ ଏହି ସମ୍ମିଳନୀରେ ଭାଗ ନେବାକୁ ଭାରତର ସମଗ୍ର ମନୋରଞ୍ଜନ ଏବଂ ସୃଜନାତ୍ମକ ଶିଳ୍ପକୁ ସେ ଅନୁରୋଧ କରିଛନ୍ତି।

ସେ କହିଛନ୍ତି, ଭାରତର ସୃଜନାତ୍ମକ ପ୍ରତିଭା ବା କ୍ରିଏଟିଭ୍ ଟାଲେଣ୍ଟ ବିଶ୍ୱ ଆଗରେ ଉପସ୍ଥାପିତ କରିବାର ଗୋଟିଏ ବଡ଼ ସୁଯୋଗ ଆସୁଛି। ଆସନ୍ତା ବର୍ଷ ଆମ ଦେଶରେ ପ୍ରଥମ ଥର ପାଇଁ ୱାର୍ଲଡ୍ ଅଡିଓ ଭିଜୁଆଲ୍ ଏଣ୍ଟରଟେନମେଣ୍ଟ ସମିଟ୍ ବା ୱେଭ୍‌ସ ଆୟୋଜିତ ହେବାକୁ ଯାଉଛି। ଆପଣମାନେ ଦାଭୋସ୍ ବିଷୟରେ ଶୁଣିଥିବେ, ଯେଉଁଠାରେ ବିଶ୍ୱର ଆର୍ଥିକ ଜଗତର ମହାରଥିମାନେ ଏକତ୍ରିତ ହୋଇଥାଆନ୍ତି। ସେହିଭଳି ୱେଭ୍‌ସରେ ସାରା ବିଶ୍ୱର ଗଣମାଧ୍ୟମ ଏବଂ ମନୋରଞ୍ଜନ ଶିଳ୍ପର ମହାରଥି, ସୃଜନ ଜଗତର ବ୍ୟକ୍ତିବିଶେଷ ଭାରତକୁ ଆସିବେ। ଏହି ସମ୍ମିଳନୀ ଭାରତକୁ ଗ୍ଲୋବାଲ୍ କଣ୍ଟେଟ୍ କ୍ରିଏଶନର ହବ୍ କରିବା ଦିଗରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ। ସେ ଆହୁରି କହିଛନ୍ତି, ଏହି ସୂଚନା ଦେବାରେ ମୁଁ ଗର୍ବ ଅନୁଭବ କରୁଛି ଯେ, ଏହି ସମ୍ମିଳନୀ ପାଇଁ ପ୍ରସ୍ତୁତିରେ ଆମ ଦେଶର ୟଙ୍ଗ୍ କ୍ରିଏଟର୍ସ ବା ନୂତନ ସୃଜନଶୀଳ ପ୍ରତିଭାମାନେ ଖୁବ ଉତ୍ସାହର ସହ ଲାଗି ପଡ଼ିଛନ୍ତି। ଆମେ ୫ ଟ୍ରିଲିଅନ୍ ଡଲାର୍ ଇକୋନମୀ ଦିଗକୁ ଅଗ୍ରସର ହେଉଥିବା ସମୟରେ ଆମ କ୍ରିଏଟର୍ ଇକୋନମୀ ଏକ ନୂତନ ଶକ୍ତି ପ୍ରଦାନ କରୁଛି। ମୁଁ ଭାରତର ସମଗ୍ର ମନୋରଞ୍ଜନ ଏବଂ ସୃଜନାତ୍ମକ ଶିଳ୍ପକୁ ଅନୁରୋଧ କରୁଛି, ଆପଣ ଯୁବ ପ୍ରତିଭା ହୁଅନ୍ତୁ କିମ୍ବା ପ୍ରତିଷ୍ଠିତ କଳାକାର, ବଲିଉଡ୍ ସହ ଜଡ଼ିତ ହୋଇଥାଆନ୍ତୁ କିମ୍ବା ଆଞ୍ଚଳିକ ସିନେମା ଜଗତ ସହ, ଟେଲିଭିଜନ ଶିଳ୍ପର ପେଶାଗତ ବ୍ୟକ୍ତି ହୋଇଥାଆନ୍ତୁ କିମ୍ବା ଆନିମେଶନ୍ ବିଶେଷଜ୍ଞ, ଗେମିଂ ସହ ଜଡ଼ିତ ଥାଆନ୍ତୁ ବା ଏଣ୍ଟରଟେନମେଣ୍ଟ ଟେକ୍ନୋଲଜିର ଇନ୍ନୋଭେଟର୍ ହେଇଥାଆନ୍ତୁ ଆପଣ ସମସ୍ତେ ଏହି ସମ୍ମିଳନୀରେ ଭାଗ ନିଅନ୍ତୁ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories