www.samajalive.in
Sunday, December 14, 2025
19.1 C
Bhubaneswar

୧୦୦ ବର୍ଷ ବୟସରେ ଆଖି ବୁଜିଲେ ପୂର୍ବତନ ରାଷ୍ଟ୍ରପତି ଜିମ୍ମି କାର୍ଟର

ନୂଆଦିଲ୍ଲୀ: ପରଲୋକରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମ୍ମି କାର୍ଟର । ଜର୍ଜିଆ ସ୍ଥିତ ବାସଭବନରେ ନିଜର ପରିବାରବର୍ଗଙ୍କ ମଧ୍ୟରେ ସେ ମୃତ୍ୟୁବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ  ୧୦୦ ବର୍ଷ ବୟସ ହୋଇଥିଲା। କିଛି ଦିନ ହେବ ସେ ମେଲାନୋମା ରୋଗରେ ପୀଡିତ ଥିଲେ। ଆମେରିକାର ୩୯ତମ ରାଷ୍ଟ୍ରପତି ଥିଲେ ଜିମି କାର୍ଟର। ୧୯୭୭ରୁ ୧୯୮୧ ପର୍ଯ୍ୟନ୍ତ ସେ ରାଷ୍ଟ୍ରପତି ପଦ ସମ୍ଭାଳି ଥିଲେ। ରାଷ୍ଟ୍ରପତି ପଦ ଛାଡ଼ିବା ପରେ ନିଜର ସଂସ୍ଥା ”କାର୍ଟର ସେଣ୍ଟର” ମାଧ୍ୟମରେ ସେ ଲୋକଙ୍କ ସେବା ଆରମ୍ଭ କରିଥିଲେ ।  ୨୦୦୨ ରେ ତାଙ୍କୁ ନୋବେଲ ଶାନ୍ତି ପୁରସ୍କାରରେ ସମ୍ମାନୀତ କରାଯାଇଥିଲା।  ଜିମ୍ମି କାର୍ଟରଙ୍କ ଦେହାନ୍ତକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ,  ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନ୍ , ବାରାକ୍ ଓବାମା ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଶୋକପ୍ରକାଶ କରିଛନ୍ତି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories