www.samajalive.in
Sunday, December 7, 2025
14.1 C
Bhubaneswar

ହଷ୍ଟେଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲା ପରିବାର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵର ଇନଫୋସିଟି ଥାନା ଅନ୍ତର୍ଗତ ପଟିଆ ଆଦର୍ଶ ବିହାର ଲେନ୍‌-୨ରେ ଥିବା ଏକ ହଷ୍ଟେଲରୁ ସୋମବାର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ହଷ୍ଟେଲ ଶୌଚାଳୟରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ଇନଫୋସିଟି ପୁଲିସ। ତେବେ ଯୁବତୀ ଜଣକ କେନ୍ଦ୍ରାପଡ଼ାର ବୋଲି ଜଣାପଡ଼ିଛି। ସେ ଏକ ଘରୋଇ କନଷ୍ଟ୍ରକ୍ସନ କମ୍ପାନୀରେ କାମ କରୁଥିଲେ। ଏଥିସହ ସେ ଜଣେ ଫୁଡ୍‌ ବ୍ଲଗର ମଧ୍ୟ। ଏହା ହତ୍ୟା ନା ଆତ୍ମହତ୍ୟା ଜଣାପଡ଼ି ନ ଥିବାବେଳେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ଯୁବତୀଙ୍କ ବାପା। ମୃତଦେହ ଜବତ କରି ତଦନ୍ତ ଚଳାଇଛି ପୁଲିସ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories