www.samajalive.in
Friday, December 5, 2025
20.1 C
Bhubaneswar

ନୂଆବର୍ଷ ପୂର୍ବରୁ ଜନସମୁଦ୍ର ଶ୍ରୀକ୍ଷେତ୍ର

ପୁରୀ : ବିଦାୟ ନେବ ୨୦୨୪ । ୨୦୨୫ ନୂଆବର୍ଷକୁ ସ୍ଵାଗତ କରିବା ଲାଗି ସବୁଠି ବ୍ୟାପକ ପ୍ରସ୍ତୁତି କରାଯାଇଛି। ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଶିଷ ନେବାକୁ ପ୍ରବଳ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ଡିସେମ୍ବର ୩୧ , ବର୍ଷର ଶେଷ ଦିନରେ ମହାପ୍ରଭୁଙ୍କ  ଦର୍ଶନ ଲାଗି  ଲମ୍ବା ଧାଡ଼ିରେ ଛିଡା ହୋଇ ଭକ୍ତମାନେ ଅପେକ୍ଷା କରି ରହିଛନ୍ତି। ଡିସେମ୍ବର ୩୧ ଓ ଜାନୁଆରୀ ୧ ରେ କେବଳ ସିଂହଦ୍ଵାର ପଟେ ଭକ୍ତମାନେ ପ୍ରବେଶ କରିବା ସହ ଅନ୍ୟ ତିନି ଦ୍ବାରରେ ପ୍ରସ୍ଥାନ ପାଇଁ ବ୍ୟବସ୍ଥା କରାଯାଇଛି। ୩୧ ତାରିଖ ରାତିଠାରୁ ୧ ତାରିଖ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଶୃଙ୍ଖଳିତ ଦର୍ଶନ ସହିତ ସହରରେ ଟ୍ରାଫିକ ସୁପରିଚାଳନା, ଆଇନଶୃଙ୍ଖଳା ରକ୍ଷା ପାଇଁ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ ରହିଛନ୍ତି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories