www.samajalive.in
Sunday, December 7, 2025
26.1 C
Bhubaneswar

ହଟିଲା କଟକଣା : ଲୋକସେବା ଭବନରେ ସାମ୍ବାଦିକଙ୍କୁ ମିଳିଲା ପ୍ରବେଶ ଅନୁମତି

ଭୁବନେଶ୍ଵର: ଦୀର୍ଘ ଦିନର ଅପେକ୍ଷାର ଅନ୍ତ ଘଟିଲା। ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଟିଭି ଓ ଖବର କାଗଜର ଜଣେ ଲେଖାଏଁ ସାମ୍ବାଦିକଙ୍କୁ ପ୍ରବେଶ ଅନୁମତି ମିଳିଛି। ଏଥିପାଇଁ ନୂଆ ସରକାର ଗ୍ରୀନ୍‌ ସିଗନାଲ ଦେଇଥିବା ବେଳେ ଖୁବ୍‌ ଶୀଘ୍ର ଏହା ଲାଗୁ ହେବ । କୋଭିଡ ପୂର୍ବରୁ ସାମ୍ବାଦିକମାନେ ଖବର ସଂଗ୍ରହ ପାଇଁ ସ୍ୱାଭାବିକ ଭାବେ ଲୋକସେବା ଭବନକୁ ଯାଉଥିଲେ। କିନ୍ତୁ  କୋଭିଡ ସମୟରେ ସାମ୍ବାଦିକଙ୍କ ପ୍ରବେଶକୁ ବାରଣ କରାଯାଇଥିଲା। କୋଭିଡ ପରେ ବି ଉକ୍ତ ନିୟମକୁ ବଳବତ୍ତର ରଖାଗଲା। ବର୍ତ୍ତମାନ ନୂଆ ସରକାରରେ ଏହି ପ୍ରତିବନ୍ଧକ ଉଠାଯାଇଛି। ସାମ୍ବାଦିକ ମାନଙ୍କୁ ପୁଣି ଥରେ ଲୋକସେବା ଭବନ ଭିତରକୁ ପ୍ରବେଶ କରିବା ନେଇ ଅନୁମତି ମିଳିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories