www.samajalive.in
Saturday, December 6, 2025
23.1 C
Bhubaneswar

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଛାତ୍ରୀ ନିବାସରେ ନିଆଁ

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରେ ଥିବା ସାବେରୀ ଛାତ୍ରୀ ନିବାସରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ହଷ୍ଟେଲର ଉପର ମହଲାର ଏକ ରୁମ୍‌ରେ ନିଆଁ ଲାଗିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡରେ ଅନେକ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ଅଞ୍ଚଳ ଧୂଆଁମୟ ହୋଇଯାଇଛି। ତେବେ ସର୍ଟ ସର୍କିଟ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।

ନିଆଁ ଲାଗିଥିବା ଦେଖି ଅନ୍ତେବାସୀମାନେ ଭୟଭୀତ ହୋଇ ବାହାରକୁ ଚାଲି ଆସିଥିଲେ। କିନ୍ତୁ ସେମାନଙ୍କ ପୋଷାକ ସହ ସାର୍ଟିଫିକେଟ ଆଦି ବାହର କରି ପାରିନଥିଲେ। ଫଳରେ ସେଗୁଡିକ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ହଷ୍ଟେଲ ପରିସରରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories