www.samajalive.in
Saturday, December 13, 2025
26.1 C
Bhubaneswar

ଜିରୋ ନାଇଟ୍ ସେଲିବ୍ରେସନ୍ ବେଳେ ଛୁରାମାଡ: ୪ ଗୁରୁତର

ଗଞ୍ଜାମ : ଜିରୋ ନାଇଟ୍ ସେଲିବ୍ରେସନ୍ ବେଳେ ଅଘଟଣ। ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଗଣ୍ଡାପଲ୍ଲୀ ଓଡିଆରପି କଲୋନୀରେ ଅଘଟଣ। ଜିରୋ ନାଇଟ୍ ସେଲିବ୍ରେସନ୍ ଚାଲିଥିବାବେଳେ ଗୁଳିମାଡ ହୋଇଛି। ମଙ୍ଗଳବାର ରାତିରେ ଓଡିଆରପି କଲୋନୀରେ ଥିବା ଏକ ଭଡା ଘରେ କିଛି ଯୁବକ ନୂଆବର୍ଷ ପାର୍ଟି କରୁଥିଲେ। ଉକ୍ତ ସମୟରେ ଆଉ କିଛି ଯୁବକ ସେଠାରେ ପହଞ୍ଚିଥିଲେ। କୌଣସି କଥାକୁ ନେଇ ଉଭୟ ପକ୍ଷ ମଧ୍ୟରେ ବଚସା ହୋଇଥିଲା। ପରେ ଏହା ଏତେ ଉଗ୍ରରୂପ ନେଇଥିଲା ଯେ ଅତର୍କିତ ଭାବେ ଗୁଳି ଏବଂ ଛୁରାମାଡ ହୋଇଥିଲା। ଦୁର୍ବୁତ୍ତ ମାନେ ୪ ଜଣଙ୍କୁ ଗୁଳିମାଡ କରି ଘଟଣାସ୍ଥଳରେ ଫେରାର୍ ହୋଇଯାଇଥିଲେ। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories