www.samajalive.in
Sunday, December 14, 2025
26.1 C
Bhubaneswar

ଆଦିବାସୀ ଯୁବ ଭାବ ବିନିମୟ କାର୍ଯ୍ୟକ୍ରମ ପାଇଁ କନ୍ଧମାଳ ଦଳର ଉତ୍ତରପ୍ରଦେଶ ଯାତ୍ରା

ଫୁଲବାଣୀ: କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟର ମୋ ଭାରତ(ନେହରୁ ଯୁବକେନ୍ଦ୍ର) ଫୁଲବାଣୀ ଓ ୧୨୭ ସିଆରପିଏଫ ବାଲିଗୁଡାର ମିଳିତ ଆନୁକୂଲ୍ୟରେ ୧୬ ତମ ଆଦିବାସୀ ଯୁବ ଭାବ ବିନିମୟ କାର୍ଯ୍ୟକ୍ରମ ପାଇଁ କନ୍ଧମାଳ ଦଳ ଉତ୍ତର ପ୍ରଦେଶ ଅଭିମୁଖେ ଯାତ୍ରା କରିଛି। ଯାତ୍ରା ଅବସରରେ ପିଏ ଆଇଟିଡିଏ ଫୁଲବାଣୀଠାରେ ଏକ ଆଲୋଚନା ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ଭାବରେ ବରିଷ୍ଠ ଆଇନଜୀବୀ ବିଜୟ କୃଷ୍ଣ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବରେ ଶିକ୍ଷକ ଅସିତ ନନ୍ଦ, ଜ଼ିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ପାଇଁ ଫିରିଙ୍ଗିଆ ବ୍ଲକର ୪୦ ଜଣ ଯାତ୍ରା କରିଛନ୍ତି। ବୈଠକରେ ସତ୍ୟବାନ ଦଳବେହେରା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ରାଜକିଶୋର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories