www.samajalive.in
Monday, December 8, 2025
27.1 C
Bhubaneswar

ଆଜି ପହଞ୍ଚିବେ ନବନିଯୁକ୍ତ ରାଜ୍ୟପାଳ, ୩ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ

ଭୁବନେଶ୍ବର : ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଆଜି ଓଡ଼ିଶାରେ ପହଞ୍ଚିବେ। ୩ ତାରିଖ ଶୁକ୍ରବାର ସେ ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା କାର୍ଯ୍ୟକ୍ରମ ରହିଛି। ରାଜଭବନ ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି।  ଡ. ହରିବାବୁ ଗୁରୁବାର ଆଜି ଅପରାହ୍ନ ୨ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେ ପୁରୀ ଗସ୍ତ କରିବେ। ପୁରୀ ରାଜଭବନରେ ସେ ରାତ୍ରିଯାପନ କରିବେ। ଶୁକ୍ରବାର ସକାଳେ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ସାରି ନବନିଯୁକ୍ତ ରାଜ୍ୟପାଳ ଭୁବନେଶ୍ବର ଆସିବେ। ପୂର୍ବାହ୍ଣ ୧୦ଟା ୧୫ ମିନିଟରେ ରାଜଭବନର ନ୍ୟୁ ଅଭିଷେକ ହଲ୍‌ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଓଡ଼ିଶା ଉଚ୍ଚ ନ୍ୟାୟାଳୟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହ ରାଜ୍ୟପାଳ ଭାବେ ତାଙ୍କୁ ଶପଥ ଗ୍ରହଣ କରାଇବେ। ଏହି ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳର ସଦସ୍ୟ ବୃନ୍ଦ, ବରିଷ୍ଠ ଅଧିକାରୀ ଏବଂ ବିଶିଷ୍ଟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories