www.samajalive.in
Thursday, December 11, 2025
23.1 C
Bhubaneswar

ରାଜଧାନୀରେ ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଭୁବନେଶ୍ଵରରେ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ବାଣୀବିହାର ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ ସମୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରବାସୀ ଭାରତୀୟ ଦିବସ ପାଳନ ସକାଶେ ଉଚ୍ଛେଦ ଚାଲିଥିବାବେଳେ ଏହାକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ବିଶେଷକରି ଆଚାର୍ଯ୍ୟବିହାରରୁ ବାଣୀବିହାର ମଧ୍ୟରେ ରାସ୍ତା ପାର୍ଶ୍ବରେ ଥିବା ଉଠା ଦୋକାନଗୁଡ଼ିକୁ ପ୍ରଶାସନ ଉଚ୍ଛେଦ କରୁଛି। ଯାହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଦୋକାନୀମାନଙ୍କୁ ଥଇଥାନ ନ କରି ଉଚ୍ଛେଦ କରାଯାଉଥିବାରୁ ଉତ୍ତେଜନା ଦେଖିବାକୁ ମିଳିଛି। ଦୋକାନ ଭଙ୍ଗାଯିବା ସମୟରେ କିଛି ଦୋକାନୀ ଜେସିବି ଆଗରେ ବସିଥିବା ଦେଖାଯାଇଛି। ହେଲେ ପ୍ରଶାସନ କିଛି ନ ଶୁଣି ଦୋକାନ ଭାଙ୍ଗିଛି।

Hot this week

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

Related Articles

Popular Categories