www.samajalive.in
Tuesday, December 9, 2025
26.1 C
Bhubaneswar

ଆସନ୍ତାକାଲିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ

ପୁରୀ : ଆସନ୍ତାକାଲିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ । ଅଧିକାଂଶ ଚୂନ ଛଡାଇବା କାର୍ଯ୍ୟ ସରିଛି। କାଲିଠୁ ପଥର ମରାମତି କାମ ହେବ । ଆବଶ୍ୟକ ସ୍ଥଳେ ଫାଟ ଥିବା ପଥର ପରିବର୍ତ୍ତନ କରାଯିବ। ତେବେ ବଡଦିନ ଏବଂ ଇଂରାଜୀ ନବବର୍ଷରେ ଭକ୍ତଙ୍କ ଗହଳିକୁ ଆଖି ଆଗରେ ରଖି ମରାମତି କାମ ସ୍ଥଗିତ ରହିଥିଲା। ମାର୍ଗଦର୍ଶିକା ଆଧାରରେ ଆସନ୍ତାକାଲି ଦ୍ଵିତୀୟ ଭୋଗ ମଣ୍ଡପ ପରେ ଅର୍ଥାତ୍ ଅପରାହ୍ନ ୧୨: ୩୦ରୁ ସନ୍ଧ୍ୟା ୬ ଯାଏଁ  କାମ ଚାଲିବ । ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ଗତ ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସ୍‌ଆଇ ତତ୍ତ୍ବାବଧାନରେ କୁଶଳୀ କାରିଗରଙ୍କ ଦ୍ବାରା ଆରମ୍ଭ ହୋଇଛି।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories