www.samajalive.in
Tuesday, December 9, 2025
16.1 C
Bhubaneswar

ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବଢିଲା

ସମାଜ ଡିଜିଟାଲ ଡେସ୍କ: ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗୁରୁବାର ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାରାବରଣ କରିଥିବା ସ୍ବାଧୀନତା ସଂଗ୍ରାମୀମାନଙ୍କ ଭତ୍ତାକୁ ଦୁଇଗୁଣା କରାଯାଇଛି। ୧୦ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି କାରାବରଣ କରିଥିବା ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା। ସେହିପରି କାରାବରଣ କରି ନ ଥିବା ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତାକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଅପରପକ୍ଷେ ଜାତୀୟ ଭତ୍ତା ପାଉଥିବା ସ୍ବାଧୀନତା ସଂଗ୍ରାମୀଙ୍କ ପେନସନକୁ ୮ ହଜାରରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। MISA ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ସଂଗ୍ରାମୀମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନସନ୍‌ ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories