www.samajalive.in
Friday, December 12, 2025
23.1 C
Bhubaneswar

ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ଜଣେ ମୃତ

ପାଟଣା : ପାଟଣା ଥାନା ଅଞ୍ଚଳ ସାହାରପଡା ଫାଣ୍ଡି ଅନ୍ତର୍ଗତ ହରିଡ଼ାଗୋଠ ଗ୍ରାମ ନିକଟରେ ଗତକାଲି ବିଳମ୍ବିତ ସନ୍ଧ୍ୟାରେ ଏକ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକର ମୃତ୍ୟୁ ଘଟିଛି।ସୂଚନା ଅନୁସାରେ ବାଉଁଶନାଳି ଗ୍ରାମର ଗୌରହରି ପୂର୍ତ୍ତିଙ୍କ ପୁଅ ଲମ୍ବୋଦର ପୂର୍ତ୍ତି(୨୧) ସାଙ୍ଗ ମାନଙ୍କ ସହିତ ବାଉଁଶ ନାଳି ବୁଧୁସାହି ହାଟକୁ ଯାଇଥିଲେ। ସେଠାରୁ ସନ୍ଧ୍ୟାରେ ଘରକୁ ବାଇକରେ ଘରକୁ ଫେରୁଥିବାବେଳେ ହରିଡ଼ାଗୋଠ ଗ୍ରାମ ନିକଟରେ ଏକ ବଳଦ ସମ୍ମୁଖକୁ ଆସିଯିବାରୁ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ଲମ୍ବୋଦର ଗୁରୁତର ହୋଇଥିଲେ। ତାଙ୍କୁ ତୁରନ୍ତ ପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ପାଟଣା ଥାନା କେସ ନଂ ୨/୨୦୨୫ ମୂଳେ ଏକ ମାମଲା ରୁଜୁ କରି ସାହାରପଡା ଫାଣ୍ଡି ଏଏସଆଇ ପଞ୍ଚମୀ ମହାନ୍ତ ଘଟଣାର ତଦନ୍ତ କରିବା ସହ ପାଟଣାରେ ମୃତକର ଶବ ବ୍ୟବଚ୍ଛେଦ କରାଇଛନ୍ତି।

Hot this week

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

କୌନ୍ ବନେଗା କରୋଡ଼ପତିରେ କଟକ ଝିଅ

କଟକ: କଟକବାସୀଙ୍କ ପାଇଁ ଗୌରବର ଆଣିଛନ୍ତି ବିଦ୍ୟାଧରପୁର ନିବାସୀ ଶୀତଲ ସ୍ନିଗ୍ଧା...

ଶୁକ୍ର ଗୋଚର: ବର୍ଷ ଶେଷରେ ଏହି ରାଶିଙ୍କ କ୍ୟାରିଅର, ରୋଜଗାର ହେବ ଦ୍ୱିଗୁଣିତ

ସମାଜ ଡିଜିଟାଲ ଡେସ୍କ: ୨୦ ଡିସେମ୍ବର ଶନିବାର ଦିନ ଶୁକ୍ର ଧନୁ...

Related Articles

Popular Categories