www.samajalive.in
Monday, December 15, 2025
14.1 C
Bhubaneswar

ରାୟଗଡା ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ମାସ ୬ ତାରିଖ ପୂର୍ବାହ୍ନ ୧୧ଟାରେ ରାୟଗଡା ରେଳ ମଣ୍ଡଳ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିବେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନୂତନ ଜାମ୍ମୁ ରେଳ ମଣ୍ଡଳ ଏବଂ ଚର୍ଲାପଲ୍ଲୀ ନୂଆ ଟର୍ମିନାଲ ଷ୍ଟେସନକୁ ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ ଓଡିଶାର ରାୟଗଡା ରେଳ ମଣ୍ଡଳ ପାଇଁ ମଧ୍ୟ ଶିଳାନ୍ୟାସ କରିବେ। କେନ୍ଦ୍ର ରେଳ, ସୂଚନା ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଜାମ୍ମୁ ଠାରେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ।

ରାୟଗଡା ରେଳ ମଣ୍ଡଳ ମୁଖ୍ୟାଳୟ ଭବନର ନିର୍ମାଣ ପାଇଁ ପ୍ରକଳ୍ପର ଆନୁମାନିକ ମୂଲ୍ୟ ୧୦୭ କୋଟି ଟଙ୍କା ରହିଛି। ଏହି ମହତ୍ୱପୂର୍ଣ୍ଣ ପ୍ରକଳ୍ପରେ ସ୍ଥାନୀୟ ଅଞ୍ଚଳର ରେଳ ଭିତ୍ତିଭୂମି ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଛି।

- Advertisement -

ରାୟଗଡା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ରାୟଗଡାଠାରେ ଅନୁଷ୍ଠିତ ହେବ ଏବଂ ପ୍ରଧାନମନ୍ତ୍ରୀ ଜାମ୍ମୁରୁ ଭିଡିଓ କନଫରେନସିଂ ମାଧ୍ୟମରେ ଅଂଶଗ୍ରହଣ କରିବେ। ରାୟଗଡା ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ଡକ୍ଟର କମ୍ଭମପତି ହରି ବାବୁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ରେଳବାଇ ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟୁଙ୍କ ସମେତ ଦକ୍ଷିଣ ଓଡ଼ିଶାର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories