www.samajalive.in
Tuesday, December 9, 2025
16.1 C
Bhubaneswar

ସିଆରପିଏଫ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ ; ହତ୍ୟା ଅଭିଯୋଗ

ଯାଜପୁର : ଜଣେ ସିଆରପିଏଫ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ଯବାନ ଜଣକ ହେଲେ ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନାଳକୁଳ ଗ୍ରାମର ସୌମ୍ୟରଞ୍ଜନ ପରିଡା। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ଯବାନଙ୍କ ମୃତ୍ୟୁ ପରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ହତ୍ୟାକାରୀଙ୍କୁ ଗିରଫ ଦାବିରେ ଗ୍ରାମବାସୀମାନେ ଯବାନଙ୍କ ମୃତଦେହ ରଖି ବରୁଆଁ-ବାଲିଚନ୍ଦ୍ରପୁର ରାସ୍ତା ଅବରୋଧ କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, ସୌମ୍ୟରଞ୍ଜନ କିଛି ମାସ ହେବ ଘରକୁ ଛୁଟିରେ ଆସିଥିଲେ। ତେବେ ୨୭ତାରିଖ ସନ୍ଧ୍ୟାରେ ସାଙ୍ଗମାନଙ୍କ ସହ ଏକ ବିବାହ ଭୋଜିକୁ ଯାଇଥିଲେ। କିନ୍ତୁ ବିଳମ୍ବିତ ରାତିରେ କେହି ତାଙ୍କୁ ଘର ସମ୍ମୁଖରେ ମୁମୂର୍ଷ ଅବସ୍ଥାରେ ଛାଡି ପଳାଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ଯାଜପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ ହୋଇଥିଲା। ତେବେ ସୌମ୍ୟରଞ୍ଜନଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ସୋମବାର ଥାନାରେ ଅଭିଯୋଗ କରିଥିଲେ।

- Advertisement -

 

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories