www.samajalive.in
Sunday, December 14, 2025
23.1 C
Bhubaneswar

ଆରମ୍ଭ ହେଲା ଆଦିବାସୀ ମେଳା, ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଭୁବନେଶ୍ଵରର ପ୍ରଦର୍ଶନୀ ପଡ଼ିଆରେ ରବିବାରଠାରୁ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରବିବାର ସନ୍ଧ୍ୟାରେ ଏହାକୁ ଉଦଘାଟନ କରିଛନ୍ତି। ମେଳାରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଜନଜାତି ବର୍ଗର ଲୋକମାନେ ସାମିଲ ହୋଇଛନ୍ତି। ସେମାନେ ହାତ ତିଆରି ସାମଗ୍ରୀକୁ ମେଳାରେ ପ୍ରଦର୍ଶିତ କରିବା ସହିତ ବିକ୍ରିବଟା କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ ହୋଇଥିଲା। ଏହି ଯୋଜନାରେ ଆଦିବାସୀ ଛାତ୍ରଛାତ୍ରୀମାନଙ୍କୁ ବାର୍ଷିକ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ। ଛାତ୍ରଛାତ୍ରୀଙ୍କୁ ଚେକ ଦେଇ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଥିଲେ। ମୋହନ କହିଥିଲେ, ଆମ ସରକାରରେ ଆଦିବାସୀଙ୍କ ସ୍ବାର୍ଥକୁ ଜଳାଞ୍ଜଳି ଦିଆଯିବ ନାହିଁ। ଆଦିବାସୀଙ୍କୁ ଛାଡ଼ି ବିକାଶ ହୋଇପାରିବ ନାହିଁ। ଆଦିବାସୀମାନେ ନବୀନଙ୍କୁ ଉଚିତ ଜବାବ ଦେଇଛନ୍ତି। ଗତ ସରକାରରେ ଆଦିବାସୀଙ୍କ ଜମି ପାଇଁ କୁତ୍ସିତ ପରମ୍ପରା ଆରମ୍ଭ ହୋଇଥିଲା। ଅଣଆଦିବାସୀଙ୍କୁ ଆଦିବାସୀଙ୍କ ଜମି ଦେବାକୁ ଯୋଜନା ହୋଇଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ବିକାଶ କଥା ଚିନ୍ତା କରୁ ନ ଥିଲେ ବୋଲି ମୋହନ କହିଥିଲେ।  

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories