www.samajalive.in
Monday, December 8, 2025
27.1 C
Bhubaneswar

ଆଜି ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜାନୁଆରୀ ୬ ତାରିଖ ଅର୍ଥାତ୍ ଆଜି ଅପରାହ୍ନ ସାଢ଼େ ୧୨ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ପ୍ରଧାନମନ୍ତ୍ରୀ ନୂତନ ଜମ୍ମୁ ରେଳ ଡିଭିଜନକୁ ଉଦଘାଟନ କରିବେ। ସେ ତେଲେଙ୍ଗାନାର ଚାର୍ଲାପଲ୍ଲୀ ନୂଆ ଟର୍ମିନାଲ ଷ୍ଟେସନର ଉଦଘାଟନ କରିବା ସହ ପୂର୍ବତଟ ରେଳପଥର ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କରିବେ। ପଠାନକୋଟ – ଜମ୍ମୁ – ଉଧମପୁର – ଶ୍ରୀନଗର – ବାରାମୁଲା, ଭୋଗପୁର ସିରୱାଲ – ପଠାନକୋଟ, ବାଟାଲା – ପଠାନକୋଟ ଏବଂ ପଠାନକୋଟରୁ ଯୋଗିନ୍ଦର ନଗର ସେକ୍ସନକୁ ମିଶାଇ ୭୪୨.୧ କିଲୋମିଟର ବିଶିଷ୍ଟ ଜମ୍ମୁ ରେଳ ଡିଭିଜନ ଗଠନ ଜମ୍ମୁ ଓ କଶ୍ମୀର ଏବଂ ଆଖପାଖ ଅଞ୍ଚଳକୁ ଯଥେଷ୍ଟ ଉପକୃତ କରିବ ଏବଂ ଲୋକଙ୍କ ଦୀର୍ଘ ଦିନର ଆକାଂକ୍ଷାପୂରଣ କରିବ। ଏହା ଦ୍ୱାରା ନିଯୁକ୍ତି ସୁଯୋଗ ସୃଷ୍ଟି ହେବ, ଭିତ୍ତିଭୂମି ବିକାଶ ହେବ, ପର୍ଯ୍ୟଟନକୁ ପ୍ରୋତ୍ସାହନ ମିଳିବ ଏବଂ ଏହି ଅଞ୍ଚଳର ସାମଗ୍ରିକ ସାମାଜିକ-ଅର୍ଥନୈତିକ ବିକାଶ ହୋଇପାରିବ।

ତେଲେଙ୍ଗାନାର ମେଦଚାଲ-ମଲକାଜଗିରି ଜିଲ୍ଲାରେ ଥିବା ଚାର୍ଲାପଲ୍ଲୀ ନ୍ୟୁ ଟର୍ମିନାଲ ଷ୍ଟେସନକୁ ଏକ ନୂତନ କୋଚିଂ ଟର୍ମିନାଲ ଭାବରେ ବିକଶିତ କରାଯାଇଛି ଏବଂ ପ୍ରାୟ ୪୧୩ କୋଟି ଟଙ୍କା ବ୍ୟୟରେ ଦ୍ୱିତୀୟ ପ୍ରବେଶର ବ୍ୟବସ୍ଥା କରାଯାଇଛି। ଉତ୍ତମ ଯାତ୍ରୀ ସୁବିଧା ଥିବା ଏହି ପରିବେଶ ଅନୁକୂଳ ଟର୍ମିନାଲ ସିକନ୍ଦରାବାଦ, ହାଇଦ୍ରାବାଦ ଏବଂ କାଚେଗୁଡା ଭଳି ସହରରେ ଥିବା କୋଚିଂ ଟର୍ମିନାଲରେ ଭିଡ଼ ହ୍ରାସ କରିବ। ପ୍ରଧାନମନ୍ତ୍ରୀ ପୂର୍ବତଟ ରେଳପଥର ରାୟଗଡ଼ା ରେଳଡିଭିଜନ ଭବନର ଶିଳାନ୍ୟାସ କରିବେ। ଏହା ଦ୍ୱାରା ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ଆଖପାଖ ଅଞ୍ଚଳରେ ଯୋଗାଯୋଗରେ ଉନ୍ନତି ଆସିବ ଏବଂ ଏହି ଅଞ୍ଚଳର ସାମଗ୍ରିକ ସାମାଜିକ-ଅର୍ଥନୈତିକ ବିକାଶ ହୋଇପାରିବ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories