www.samajalive.in
Sunday, December 7, 2025
26.1 C
Bhubaneswar

ଉଜୁଡା ଫସଲ ଦେଖି ଜୀବନ ହାରିଲେ ଆଉ ଜଣେ ଚାଷୀ

କଟକ : ଉଜୁଡା ଫସଲ ଦେଖି ଆଖି ବୁଜିଲେ ଆଉ ଜଣେ ଚାଷୀ। କଟକ ଜିଲ୍ଲା ନିଆଳୀ ବାରଙ୍ଗ ବ୍ଲକ ସୁମାନଡୀ ଗାଁରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ ଅଭିଯୋଗ ହୋଇଛି । ମୃତକ ଇନ୍ଦ୍ରଜିତ୍ ଛାଟୋଇ ବୋଲି ଜଣାପଡିଛି। ରବିବାର ଇନ୍ଦ୍ରଜିତ୍ ସନ୍ଧ୍ୟାରେ ନିଜ ଚାଷ ଜମିକୁ ଫସଲ ଦେଖିବାକୁ ଯାଇଥିଲେ। ଫସଲ ଦେଖି ଘରକୁ ଫେରିବା ପରେ ରାତିରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ ଅଦିନିଆ ବର୍ଷାରେ ଫସଲ ନଷ୍ଟ ହୋଇଥିବା ଦେଖି ଇନ୍ଦ୍ରଜିତ୍ ଚିନ୍ତାରେ ରହୁଥିଲେ। ଘଟଣାକୁ ନେଇ ପରିବାରରେ ଶୋକର ଛାୟା ଖେଳିଯାଇଥିବାବେଳେ ସ୍ଥାନୀୟ ଲୋକେ ସରକାରୀ ସହାୟତା ଲାଗି ଦାବି କରିଛନ୍ତି। ଫସଲ ହାନୀ ଦେଖି ଅଗଷ୍ଟ ୩୧ ତାରିଖରେ ମଧ୍ୟ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଥିଲା।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories