ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ-ସଚେତନ ରହିବାକୁ ପରାମର୍ଶ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର: ଏଚଏମପିଭି ଭୁତାଣୁକୁ ନେଇ ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ, ସ୍ୱାସ୍ଥ୍ୟ ନିର୍ଦେଶକ ଓ ଜନସ୍ୱାସ୍ଥ୍ୟ ନିର୍ଦେଶକ ସାମିଲ ହୋଇଥିଲେ।
କେହି ଭୟଭୀତ ନ ହୋଇ ସଚେତନ ରହିବାକୁ ପରାମର୍ଶ ସ୍ୱାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ,ଏଚଏମପିଭି ଭୁତାଣୁ ନେଇ ଏଚଏମପିଭି ଭୁତାଣୁକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ।
ସଚେତନ ରୁହନ୍ତୁ-ସୁରକ୍ଷିତ ରୁହନ୍ତୁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଭାରତ ସରକାରଙ୍କ ଆଇଡିଏସପି-ଏନସିଡିସି (Integrated Disease Surveillance Programme – National Centre for Disease Cantrol) (IDSP – NCDC) ଦ୍ୱାରା ଏଚଏମପିଭି ଭୁତାଣୁ ନେଇ ଜାରି କରାଯାଇଥିବା ପ୍ରେସ ବାର୍ତ୍ତା ଜନସାଧାରଣଙ୍କ ଅବଗତି ଏବଂ ବ୍ୟାପକ ସଚେତନତା ନିମନ୍ତେ ସଂଲଗ୍ନ କରାଗଲା।
ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ରୋଗର ଚିହ୍ନଟ ଓ ନିରାକରଣ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଅଛି । ଏହି ରୋଗକୁ ନେଇ ଜନସାଧାରଣ ଭୟଭୀତ ବା ଆତଙ୍କିତ ହେବାର କୌଣସି କାରଣ ନାହିଁ। ସଚେତନ ରୁହନ୍ତୁ-ସୁରକ୍ଷିତ ରୁହନ୍ତୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୋଲି କୁହାଯାଇଛି।
Comments are closed.