www.samajalive.in
Monday, December 15, 2025
14.1 C
Bhubaneswar

ଜାମୁଝରି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଫୁଲବାଣୀ :ଫୁଲବାଣୀ ବ୍ଳକର ଅନ୍ତର୍ଗତ ଜାମୁଝରି ଉଚ୍ଚ ବିଦ୍ୟାଳୟ ତୃତୀୟ ବାର୍ଷିକ ଉତ୍ସବ ଜିଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡଙ୍ଗୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିସରରେ ସ୍ଥାପନ କରଯାଇଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଥିଲା।
ଉତ୍ସବରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ, ମୁଖ୍ୟ ବକ୍ତା ଭାବେ ଟିକାବାଲି ବିଇଓ ଜଗନ୍ନାଥ ସାହାଣୀ , ସମ୍ମାନିତ ଅତିଥି ଭାବେ ଫୁଲବାଣୀ ବିଇଓ ରଞ୍ଜନ କୁମାର କହଁର , ପରିଚାଳନା କମିଟିର ସଭାପତି ରୋହିତ କହଁର, ଜିଲା ବିଜ୍ଞାନ ନିରୀକ୍ଷକ ଅଶୋକ ପାତ୍ର , ଜାମୁଝରି ସରପଞ୍ଚ ଳଲିତା କହଁର , ସିଆରସିସି ରାଜ କିଶୋର ପ୍ରଧାନ , ମୋ ସ୍କୁଲ ଅଭିଯାନର ସଭାପତି କଳିଆ ଷାଣ୍ଢ ପ୍ରମୁଖ ଯୋଗ ଦେଇ କୁନି କୁନି ପିଲାଙ୍କୁ ଉତ୍ତମ ଶିକ୍ଷାର୍ଥୀ ହେବା ସହ ଖେଳ ଓ ବିଜ୍ଞାନରେ ମଧ୍ୟ ରୁଚି ରଖିବା ଆବଶ୍ୟକ ବୋଲି ପରାମର୍ଶ ଦେଇଥିଲେ।

ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରମିଳା କୁମାରୀ ଦାସ ବାର୍ଷିକ ବିବରଣୀ ପାଠ କରିଥିଲେ। ବିନୋଦ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ କବିତା ବାଳା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories