www.samajalive.in
Thursday, December 11, 2025
15.1 C
Bhubaneswar

ରକ୍ତ ରଞ୍ଜିତ ହେଲା ଶୁଳିଆ ପୀଠ

ବଲାଙ୍ଗୀର : ଆଜି ପୌଷ ମାସ ଶୁକ୍ଳ ପକ୍ଷ ପ୍ରଥମ ମଙ୍ଗଳବାର। ଆଦିବାସୀଙ୍କ ପ୍ରସିଦ୍ଧ ଶୁଳିଆ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଳକର ଖଇରିଗୁରା ଓ କୁମୁରିଆ ଗାଁ। ସୋମବାର ମଧ୍ୟରାତ୍ରରେ ନିଶି ପୂଜା ସମ୍ପନ୍ନ ହୋଇଛି। ଆଜି ରକ୍ତ ରଞ୍ଜିତ ହୋଇଛି ଶୁଳିଆ ପୀଠ।  ବଳି ପାଇଁ ସେଭଳି କୌଣସି କଟକଣା ନାହିଁ। ତେଣୁ ଚଳିତବର୍ଷ ମଧ୍ୟ ବୋଦା, ମେଣ୍ଡା, କୁକୁଡା ଆଦି ବଳି ଦିଆଯାଉଛି। ଯାତ୍ରା ପାଇଁ ଖଇରିଗୁରା ର ବଡଖଳା ଏବଂ କୁମୁରିଆର ସାନଖଳାର ସବୁ ପ୍ରସ୍ତୁତି ହୋଇଛି। ସକାଳୁ ଆଦିବାସୀମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶୋଭାଯାତ୍ରାରେ ଯାଇ ଖଳାରେ ପହଞ୍ଚିଛନ୍ତି।  ତାପରେ ରୀତିନୀତି ଅନୁଯାଇ ପୂଜାର୍ଚ୍ଚନା କରାଯାଇଛି। ସୁରକ୍ଷା ପାଇଁ ଦୁଇ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ ହୋଇଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories