www.samajalive.in
Tuesday, December 9, 2025
16.1 C
Bhubaneswar

ଭୁବନେଶ୍ବରରେ ବୈଦେଶିକ ମନ୍ତ୍ରୀ: ଆଜି କୋଣାର୍କ ସହ ପୁରୀ ଜଗନ୍ନାଥ ମନ୍ଦିର ଦର୍ଶନ କାର୍ଯ୍ୟକ୍ରମ

ଭୁବନେଶ୍ବର : ପ୍ରବାସୀ ଭାରତୀୟ ଦିବସ ୮ରୁ ଅନୁଷ୍ଠିତ ହେବ। ଏହାପୂର୍ବରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍‌. ଜୟଶଙ୍କର। ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟମାନେ ସ୍ବାଗତ କରିଛନ୍ତି। ୧୦ ତାରିଖ ପର୍ଯ୍ୟନ୍ତ ସେ ଓଡ଼ିଶାରେ ରହିବେ। ଆଜି ସେ କୋଣାର୍କ ସୂର୍ଯ୍ୟମନ୍ଦିର ସହ ପୁରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିବେ। ପରେ ଡ. ଜୟଶଙ୍କର ରଘୁରାଜପୁର ଏବଂ ଧଉଳି ଯିବେ। ସେଠାରୁ ଶ୍ରୀଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ଆସନ୍ତା ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ସେ ଉପସ୍ଥିତ ରହିବେ। ୧୦ ତାରିଖରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି। ଓଡ଼ିଶାରେ ଭବ୍ୟ ଭାବେ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଆୟୋଜିତ ହେଉଥିବା ଡ. ଜୟଶଙ୍କର କହିଛନ୍ତି। ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories