www.samajalive.in
Sunday, December 7, 2025
26.1 C
Bhubaneswar

୬ ଜିଲ୍ଲାକୁ ଘନ କୁହୁଡି ସତର୍କତା

ଭୁବନେଶ୍ଵର : ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହୋଇଛି। ଫଳରେ ଗାଡି ଚଳାଚଳରେ ବାଧା ଉପୁଜିଛି। ଆସନ୍ତା ୮ ତାରିଖ ଯାଏଁ ସୁନ୍ଦରଗଡ, ଢେଙ୍କାନାଳ , କଟକ, କୋରାପୁଟ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହେବ। ଆଗାମୀ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଏହାପରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଡିସେମ୍ବରରେ ଦକ୍ଷିଣ ଉପଦ୍ଵୀପରେ ହୋଇଥିବା ବର୍ଷା ୨୩ ବର୍ଷରେ ସର୍ବାଧିକ ବୋଲି ଆଇଏମଡି ପକ୍ଷରୁ ସୂଚନା ମିଳିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories