www.samajalive.in
Monday, December 8, 2025
27.1 C
Bhubaneswar

ପ୍ରଶାନ୍ତ କିଶୋର ଡାକ୍ତରଖାନାରେ ଭର୍ତ୍ତି

ପାଟନା: ବିହାର ଲୋକସେବା ଆୟୋଗ(ବିପିଏସସି) ପ୍ରାର୍ଥୀଙ୍କ ସମର୍ଥନରେ ଜାନୁଆରୀ ୨ରୁ ଆମରଣ ଅନଶନରେ ବସିଥିବା ଜନ ସୂରଜ ପାର୍ଟି ଅଧ୍ୟକ୍ଷ ପ୍ରଶାନ୍ତ କିଶୋରଙ୍କର ମଙ୍ଗଳବାର ହଠାତ୍ ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି। ଏହାପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପାଟନାର ମେଦାନ୍ତା ହସ୍ପିଟାଲର ଡାକ୍ତରୀ ଦଳ ପ୍ରଶାନ୍ତ କିଶୋରଙ୍କ ସ୍ଵାସ୍ଥ୍ୟାବସ୍ଥା ଯାଞ୍ଚ କରିବାକୁ ଶେଖପୁରା ହାଉସରେ ପହଞ୍ଚିଥିଲେ। ଅବସ୍ଥା ଦେଖି ଡାକ୍ତର ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପରାମର୍ଶ ଦେଇଥିଲେ। ଏହାପରେ ତାଙ୍କ ସମର୍ଥକମାନେ ତାଙ୍କୁ ଆମ୍ବୁଲାନ୍ସରେ ନେଇ ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସେଠାରେ ତାଙ୍କ ଚିକିତ୍ସା ଚାଲିଛି।

ପ୍ରଶାନ୍ତ କିଶୋରଙ୍କ ସମର୍ଥକଙ୍କ କହିବାନୁସାରେ, ମଙ୍ଗଳବାର ଦିନ ୧୦ଟା ପର୍ଯ୍ୟନ୍ତ ସେ ଲୋକଙ୍କ ସହ କଥାବର୍ତ୍ତା କରୁଥିଲେ। କିଛି ସମୟ ପରେ ହଠାତ୍ ସେ ଚେତାଶୂନ୍ୟ ହୋଇଯାଇଥିଲେ। ଏହାପରେ ଡାକ୍ତରଙ୍କୁ ଡକାଯାଇଥିଲା। ଯାଞ୍ଚ ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଯାଞ୍ଚରେ ଶରୀରରେ ଜଳୀୟ ଅଂଶ କମିଯିବା ସହ ଅନ୍ୟ କିଛି ସମସ୍ୟା ସାମ୍ନାକୁ ଆସିଛି। ପରୀକ୍ଷା ନିରୀକ୍ଷା ପରେ ସ୍ଵାସ୍ଥ୍ୟାବସ୍ଥା ସ୍ପଷ୍ଟ ହୋଇପାରିବ ବୋଲି ଡାକ୍ତର କହିଛନ୍ତି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories