www.samajalive.in
Monday, December 8, 2025
14.1 C
Bhubaneswar

ବାଜିଲା ଦିଲ୍ଲୀ ନିର୍ବାଚନ ବିଗୁଲ୍, ଫେବୃଆରୀ ୫ରେ ଭୋଟ୍‌

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ମଙ୍ଗଳବାର ଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ତାରିଖ ଘୋଷଣା କରିଛନ୍ତି। ସମସ୍ତ ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଫେବୃଆରୀ ୫ରେ ଦିଲ୍ଲୀ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ଏଥିସହ ଫେବୃଆରୀ ୮ରେ ଫଳାଫଳ ପ୍ରକାଶ ପାଇବ। ନିର୍ବାଚନ ପାଇଁ ଚଳିତ ମାସ ୧୦ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଜାନୁଆରୀ ୧୭ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ରହିଥିବାବେଳେ ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଜାନୁଆରୀ ୨୦ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି।

ମୁଖ୍ୟ ନିର୍ବାଚନ ଆୟୁକ୍ତ କହିଛନ୍ତି ଯେ, ଦିଲ୍ଲୀରେ ୧୩ ହଜାରରୁ ଅଧିକ ମତଦାନ କେନ୍ଦ୍ର କରାଯାଇଛି। ଦିଲ୍ଲୀରେ ମୋଟ୍‌ ୧ କୋଟି ୫୫ ଲକ୍ଷ ୨୪ ହଜାର ୮୫୮ ମତଦାତା ରହିଛନ୍ତି। ସେମାନଙ୍କ ମଧ୍ୟରେ ୮୫ ଲକ୍ଷ ୪୯ ହଜାର ୬୪୫ ଜଣ ପୁରୁଷ ଥିବାବେଳେ ମହିଳା ଭୋଟର ରହିଛନ୍ତି ୭୧ ଲକ୍ଷ ୭୩ ହଜାର ୯୫୨ ଜଣ। ଏଥିସହ ଚଳିତ ଥର ୨ ଲକ୍ଷ ନୂଆ ଭୋଟର ରହିଛନ୍ତି।

- Advertisement -

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories