www.samajalive.in
Monday, December 8, 2025
27.1 C
Bhubaneswar

ପ୍ରବାସୀ ଭାରତୀୟ ସମ୍ମିଳନୀ: ଆଜି ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ।ବିଶାଖାପାଟଣାରୁ ବାହାରି ଜାନୁଆରୀ ୮ ତାରିଖ ରାତି ୮ଟାରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧା ରାଜଭବନ ଯାଇ ରାତ୍ରୀଯାପନ କରିବେ। ୯ତାରିଖ ପୂର୍ବାହ୍ଣ ୯ଟା ୪୫ମିନିଟରେ ରାଜଭବନରୁ ଜନତା ମଇଦାନ ଅଭିମୁଖେ ଯିବେ ପ୍ରଧାନମନ୍ତ୍ରୀ। ପୂର୍ବାହ୍ଣ ୯ଟା ୫୫ମିନିଟ୍‌ରେ ଜନତା ମଇଦାନରେ ପହଞ୍ଚିବା ପରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ସାମିଲ ହେବେ। ପୂର୍ବାହ୍ଣ ୧୦ଟାରୁ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ପ୍ରବାସୀ ଭାରତୀୟଙ୍କ ସହ ପ୍ରଧାନମନ୍ତ୍ରୀ ସମୟ ବିତାଇବେ। ଏହାପରେ ଦିନ ୧୧ଟା ୫୫ମିନିଟରେ ଦିଲ୍ଲୀ ଅଭିମୁଖେ ବାହାରି ଯିବେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories